କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ନିରଞ୍ଜନ ବିଶି

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ପବ୍ଲିକ୍ ସ୍କୁଲରେ ଏଯାଏ ବାହାରିନି ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ । ସିବିଏସଏଇ ରେଜଲ୍ଟ ପ୍ରକାଶ ପାଇଥିଲେ ମଧ୍ୟ ପଦ୍ମପୁର ପବ୍ଲିକ୍ ସ୍କୁଲର ପରୀକ୍ଷା ଫଳ ଆସିନାହିଁ । ଯାହାକୁ ନେଇ ଚିନ୍ତାରେ ରହିଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ । ଏନେଇ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସିବିଏସଏଇ ପରୀକ୍ଷା ନିୟନ୍ତ୍ରକଙ୍କୁ ଚିଠି ଲେଖିଛନ୍ତି । ଦ୍ବାଦଶ ଓ ଯୁକ୍ତ ୩ରେ ଆଡମିଶନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଶୀଘ୍ର ରେଜଲ୍ଟ ପ୍ରକାଶ କରିବାକୁ ସେ ଦାବି କରିଛନ୍ତି । ଚଳିତ ବର୍ଷ ପଦ୍ମପୁର ପବ୍ଲିକ୍ ସ୍କୁଲ୍ ପରୀକ୍ଷା କେନ୍ଦ୍ରରେ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ୧,୧୮୫ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ହେଲେ ଏମାନଙ୍କର ରେଜଲ୍ଟ ଏଯାଏ ପ୍ରକାଶ ପାଇ ନାହିଁ । ଯେଉଁଥିରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୪ଟି ବ୍ରାଞ୍ଚ୍ ଯଥା ଫିରୋଜପୁର, ବାନ୍ଦୁପାଲି, ଗାଇସିଲାଟ୍ ଓ ସୋହେଲା ସହିତ ଜେନି୍ଥ ଗୁରୁକୂଳ ଓ ପଦ୍ମପୁର ପବ୍ଲିକ୍ ସ୍କୁଲ ସାମିଲ ରହିଛି । ଏଥିରେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ୬୦ଜଣ ଅନ୍ୱେଷା ଛାତ୍ରଛାତ୍ରୀ ମଧ୍ୟ ସାମିଲ ଅଛନ୍ତି । ମେ’ ୧୩ ତାରିଖରେ ସିବିଏସଇ ରେଜଲ୍ଟ ପ୍ରକାଶ ପାଇଥିବା ବେଳେ ଉପରୋକ୍ତ ୬ ସ୍କୁଲର ୧,୧୮୫ ଛାତ୍ରଛାତ୍ରୀ ଏଥିରୁ ବଞ୍ଚିତ ହୋଇଛନ୍ତି । ଏହା ଉପରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖିଛନ୍ତି । ଅନ୍ୟପଟେ ଆଡମିନିଷ୍ଟ୍ରେଟିଭ୍ ଇସ୍ୟୁ ଥିବାରୁ ଏହାର ତଦନ୍ତ ଓ ସମାଧାନ ପାଇଁ ଏକ କମିଟି ଗଠନ କରାଯାଇ ଯାଞ୍ଚ ଚାଲିଛି ବୋଲି ଭୁବନେଶ୍ୱର ସିବିଏସଇ ଅଞ୍ଚଳିକ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମାତ୍ର ଏହି ପରୀକ୍ଷା ଫଳ ୧,୧୮୫ ପିଲାଙ୍କ ଭବିଷ୍ୟତ ସହିତ ଜଡ଼ିତ ଥିବାରୁ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ଗ୍ରହଣ କରିବାକୁ ନିରଞ୍ଜନ ବିଶି, କେନ୍ଦ୍ରମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି । ସେହିପରି ସିବିଏସଇର ନୂଆଦିଲ୍ଲୀ ସ୍ଥିତ ମୁଖ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଡ. ସନ୍ୟମ ଭରଦ୍ୱାଜଙ୍କୁ ସମାଧାନ ପାଇଁ ମଧ୍ୟ ଚିଠି ଲେଖିଛନ୍ତି ରାଜ୍ୟସଭା ସାଂସଦ ।

  • Related Posts

    ପଶ୍ଚିମ ଓଡ଼ିଶାରେ ରାସ୍ତାରୋକ ଏବଂ ପିକେଟିଂ, ଲୋକେ ହନ୍ତସନ୍ତ

    ସମ୍ବଲପୁର/ଝାରସୁଗୁଡ଼ା/ନୂଆପଡ଼ା: INDIA ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦର ପ୍ରଭାବ ପଶ୍ଚିମ ଓଡ଼ିଶା ଜିଲ୍ଲାମାନଙ୍କରେ ପଡ଼ିଛି । ରାସ୍ତା ଅବରୋଧ ଓ ପିକେଟିଂ ଯୋଗୁଁ ବସ୍‌, ଟ୍ରକ୍‌, ଅଟୋ ସମେତ ଅନେକ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି । ବଜାର ଓ…

    Continue reading
    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ