କେମିକାଲ ଟାଙ୍କିରେ ଖସି ପଡି 3 ଶ୍ରମିକ ମୃତ

ଗୁରୁଗ୍ରାମ: ହରିୟାଣାର ଏକ ଫ୍ୟାକ୍ଟ୍ରିରେ ଅଘଟଣ । କେମିକାଲ ଟାଙ୍କିରେ ଖସି ପଡିବା ଯୋଗୁଁ ପ୍ରାଣ ହରାଇଲେ 3 ଶ୍ରମିକ । ଗୁରୁଗ୍ରାମ ସ୍ଥିତ ଜେଲ ରୋଡରେ ଥିବା ଏକ କାରଖାନାର କେମିକାଲ ଟାଙ୍କିରେ ଏହି ଅଘଟଣ ଘଟିଥିବା ପୋଲିସ ସୂଚନା ଦେଇଛି। ମୃତକମାନେ ହେଲେ ଗୁରୁଗ୍ରାମ ବାସିନ୍ଦା ନରେଶ କୁମାର (୫୦), ବିହାର ବାସିନ୍ଦା ଆରିଫ (୨୧) ଓ ଅନିଲ ଝା (୨୦)। ତିନି କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ପୋଲିସ କମ୍ପାନୀ କର୍ତ୍ତୃପକ୍ଷଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି।
ପୋଲିସ ସୂଚନା ଅନୁଯାୟୀ ସାନ୍ଧର କମ୍ପାନୀ ପରିସରରେ ତିନି ଜଣ କର୍ମଚାରୀ କାମ କରୁଥିବା ବେଳେ ଏହି ଅଘଟଣ ଘଟିଥିଲା। ସେମାନେ କେଉଁ କାରଣରୁ କେମିକାଲ ଟାଙ୍କି ଭିତରେ ଖସି ପଡିଥିଲେ ତାହା ଜଣାପଡିନାହିଁ । କିନ୍ତୁ ବିଷାକ୍ତ ରାସାୟନିକ ପଦାର୍ଥ ଓ ଗ୍ୟାସ୍ ସଂସ୍ପର୍ଶରେ ଆସି ପ୍ରଥମେ ସେମାନେ ଅଚେତ ହୋଇପଡିଥିଲେ । ପରେ ହସ୍ପିଟାଲରେ 3 ଗୁରୁତର ଆଖି ବୁଜିଛନ୍ତି ।

ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ବାଦଶାହପୁର ସ୍ଥିତ ଏକତା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ଅନ୍ୟ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ଘଟିଥିବା ପୋଲିସ କହିଛି। ଭୋଣ୍ଡସି ପୋଲିସ ଷ୍ଟେସନର ଏକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହ ଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଦୁର୍ଘଟଣାର କାରଣ ଏବଂ ରାସାୟନିକ ଟାଙ୍କି ଚାରିପାଖରେ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା ଥିଲା କି ନାହିଁ ସେନେଇ ପୋଲିସ ତଦନ୍ତ କରୁଛି।

ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ‘‘କର୍ମଚାରୀମାନେ କେଉଁ ପରିସ୍ଥିତିରେ ଟାଙ୍କି ଭିତରେ ପଡ଼ିଲେ ଓ କାରଖାନାରେ କିଭଳି ସୁରକ୍ଷା ବ୍ୟବସ୍ଥା ରହିଥିଲା ସେ ସମେତ ଘଟଣାର ସମସ୍ତ ଦିଗକୁ ଯାଞ୍ଚ କରାଯାଉଛି।”

  • Related Posts

    ବାଣ ପ୍ରଦୂଷଣ ପାଇଁ ଚିନ୍ତା ନାହିଁ, ଆପେ କମିଯିବ: ଯୋଗୀ

    ଲକ୍ଷ୍ନୌ:ଦୀପାବଳି ପରେ ବୃଦ୍ଧି ପାଇଥିବା ପ୍ରଦୂଷଣକୁ ନେଇ ଚିନ୍ତା ପ୍ରକଟ କରୁଥିବା ବ୍ୟକ୍ତିମାନଙ୍କୁ କଡ଼ା ସମାଲୋଚନା କରିଛନ୍ତି ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ବୁଧବାର ଲକ୍ଷ୍ନୌରେ ଏକ ସରକାରୀ କାର୍ଯ୍ୟକ୍ରମକୁ ସମ୍ୱୋଧନ କରି ସେ କହିଛନ୍ତି, ଦୀପାବଳିରେ ବାଣ ଫୁଟିବା…

    Continue reading
    ଆଜିଠୁ ଅମୁଲ, ମଦର ଡେରୀ କ୍ଷୀର ମହଙ୍ଗା

    ନୂଆଦିଲ୍ଲୀ: ପ୍ରମୁଖ ଦୁଗ୍ଧ ବ୍ରାଣ୍ଡ ଅମୁଲ ଏବଂ ମଦର ଡେରୀ ଗୁରୁବାରଠାରୁ କ୍ଷୀର ଦର ଲିଟର ପ୍ରତି ୨ରୁ ୪ ଟଙ୍କା ବୃଦ୍ଧି କରିଛନ୍ତି। ଚାଷୀଙ୍କଠାରୁ ଅଧିକ ଦରରେ କ୍ଷୀର କିଣା ସମେତ ଉତ୍ପାଦନ ଖର୍ଚ୍ଚ ବଢ଼ିଥିବାରୁ ମୂଲ୍ୟ ବୃଦ୍ଧି କରିବାକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି