କେରଳ ଆଖପାଖରେ ମୌସୁମୀର ଚିହ୍ନବର୍ଣ୍ଣ ନାହିଁ

ଭୁବନେଶ୍ୱର / ନୂଆଦିଲ୍ଲୀ : ଚଳିତବର୍ଷ ସୁପର ଏଲ୍-ନିନୋ ପ୍ରଭାବରେ ମୌସୁମୀ ବର୍ଷା ଅନିୟମିତ ଓ କମିବା ଆଶଙ୍କା କରାଯାଉଛି । ଏଭଳି ସ୍ଥିତିରେ ଆରମ୍ଭରୁ ଠକିଛି ମୌସୁମୀ । ମେ’ ୨୬ ବେଳକୁ ମୌସୁମୀ କେରଳ ଛୁଇଁବା ନେଇ ପୂର୍ବାନୁମାନ କରିଥିଲା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) । କିନ୍ତୁ, ଛୁଇଁବା ତ ଦୂର କଥା, କେରଳ ଆଖପାଖରେ ମୌସୁମୀର ଚିହ୍ନବର୍ଣ୍ଣ ନାହିଁ ।

ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳ ପାଖରେ ଅଟକିଛି ମୌସୁମୀ । ତାଜା ପୂର୍ବାନୁମାନ ହେଲା-ଆସନ୍ତା ୨୮ରୁ ଜୁନ୍ ୩/୪ ସୁଦ୍ଧା ମୌସୁମୀ କେରଳ ଉପକୂଳରେ ପହଞ୍ଚିପାରେ । ଆସନ୍ତା ୨-୩ ଦିନ ଭିତରେ ମୌସୁମୀ ଦକ୍ଷିଣ ପଶ୍ଚିମ ଓ ପୂର୍ବ କେନ୍ଦ୍ରୀୟ ଆରବ ସାଗର, ଦକ୍ଷିଣ-ପଶ୍ଚିମ, ଦକ୍ଷିଣ-ପୁର୍ବ ଓ ପୁର୍ବ କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଂଶ ସହ ପାଶ୍ୱର୍ବର୍ତ୍ତୀ ଆଣ୍ଡାମାନ ସାଗରର ବାକି ଅଞ୍ଚଳକୁ ବ୍ୟାପିଯିବ । କେରଳକୁ ମୌସୁମୀ ସ୍ପର୍ଶ କରିବାର ସ୍ୱାଭାବିକ ସମୟ ଜୁନ୍ ୧ । ଏଥର ୫ ଦିନ ଆଗରୁ ମୌସୁମୀ ପହଞ୍ଚିବା ନେଇ ପୂର୍ବାନୁମାନ ହୋଇଥିଲା । ଏବେ ମୌସୁମୀ ଆଗମନ ବିଳମ୍ବିତ ହେବା ଆକଳନ କରାଯାଉଛି ।

ପାଣିପାଗ ବିଶେଷଜ୍ଞଙ୍କ କହିବାନୁଯାୟୀ ବର୍ତ୍ତମାନ ଏମଜେଓ ସକ୍ରିୟ ନାହିଁ । ଚାପରେ ତାରତମ୍ୟ ରହୁନି । ମୌସୁମୀ ଆଗକୁ ବଢ଼ିବା ଲାଗି ସମୁଦ୍ରରେ ପବନର ଯେଉଁ ମଜଭୁତ ପ୍ରଣାଳୀ ସୃଷ୍ଟି ହେବା କଥା, ତାହା ହୋଇପାରିନାହିଁ । କେରଳରେ ମୌସୁମୀ ପ୍ରବେଶ କରିବା ଲାଗି ଦୃଢ଼ ଲଘୁଚାପ ବଳୟ ଆବଶ୍ୟକ । କିନ୍ତୁ ସେଭଳି ପରିସ୍ଥିତି ଏପର୍ଯ୍ୟନ୍ତ ସୃଷ୍ଟି ହୋଇନାହିଁ । ଫଳରେ ମୌସୁମୀ ଗତି ଧିମା ହୋଇଯାଇଛି । ଅନ୍ୟପଟେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ନେଇ ଯେଉଁ ଆକଳନ କରାଯାଉଥିଲା, ତାହାକୁ ନେଇ ବିଭିନ୍ନ ମଡେଲରେ ଭିନ୍ନ ମତ ଦେଖାଦେଇଛି । ଲଘୁଚାପ ହେବ କି ନାହିଁ, ତାହା ମଧ୍ୟ ସ୍ପଷ୍ଟ ନୁହେଁ । ଅନ୍ୟପଟେ ୨୮ରୁ ଦେଶର ବିଭିନ୍ନ ସ୍ଥାନରେ ବ୍ୟାପକ କାଳବୈଶାଖୀ ସମ୍ଭାବନା ଅଛି । ଏମିତି ହେଲେ ଗ୍ରୀଷ୍ମ ତାତିରୁ ବଡ଼ ଆଶ୍ୱସ୍ତି ମିଳିପାରେ ୨୯ରୁ । ପାଣିପାଗ ବିଭାଗ ଆକଳନ ଅନୁସାରେ ଓଡ଼ିଶାରେ ୨୮ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ସ୍ଥିତି ଲାଗି ରହିବ । ୨୯ରୁ ମିଳିବ ଆଶ୍ୱସ୍ତି । କାଳବୈଶାଖୀ ପ୍ରଭାବରେ ତାତି ଖସିବ । ବୁଧବାର ବୌଦ୍ଧ, ବଲାଙ୍ଗିର, ଝାରସୁଗୁଡ଼ାରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ରହିପାରେ ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ