କେଲୁଅ ନଦୀକୁ ଡେଇଁ ଯୁବକ ନିଖୋଜ

ଧର୍ମଶାଳା: ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ ହୋଇଥିବା ଜଣାପଡ଼ିଛି। ନିଖୋଜ ଯୁବକ ହେଉଛନ୍ତି ବାବୁଲି ତରାଇଙ୍କ ପୁଅ ଅଜୟ ତରାଇ (୨୭)।

ମିଳିଥିବା ସୂଚନା ଅନୁଯାୟୀ, ଅଜୟ ଅଖା ବ୍ୟବସାୟ କରୁଥିଲେ। ଗତ କିଛିଦିନ ଧରି ସେ ପାରିବାରିକ କାରଣରୁ ମାନସିକ ଦୁଶ୍ଚିନ୍ତାରେ ଥିବା କୁହାଯାଉଛି। ଶୁକ୍ରବାର ସନ୍ଧ୍ୟାରେ ସେ ଏକ ପଲସର ବାଇକ ଯୋଗେ କାଏମା କେଲୁଅ ନଦୀ ବ୍ରିଜ ଉପରକୁ ଆସିଥିଲେ।

ବ୍ରିଜ ଉପରେ ବାଇକ ଓ ଚପଲ ରଖିବା ପରେ ଅଜୟ ନଦୀକୁ ଡେଇଁ ପଡ଼ିଥିବା ପ୍ରତ୍ୟକ୍ଷଦର୍ଶୀଙ୍କଠାରୁ ସୂଚନା ମିଳିଛି। ସେ ସମୟରେ ବ୍ରିଜ ଉପରେ ଉପସ୍ଥିତ କିଛି ସ୍ଥାନୀୟ ଲୋକ ଘଟଣାଟି ଦେଖି ତୁରନ୍ତ ଅଜୟଙ୍କ ପରିବାରକୁ ଖବର ଦେଇଥିଲେ। ଧର୍ମଶାଳା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଗ୍ନିଶମ ବାହିନୀ ପକ୍ଷରୁ କେଲୁଅ ନଦୀରେ ଅଜୟଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଖବର ଲେଖା ହେବା ସୁଦ୍ଧା ଅଜୟଙ୍କ କୌଣସି ସନ୍ଧାନ ମିଳି ନ ଥିବା ଜଣାପଡ଼ିଛି। ଘଟଣାର ପ୍ରକୃତ କାରଣ ନେଇ ପୋଲିସ ତଦନ୍ତ ଜାରି ରଖିଛି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ