କୋରାପୁଟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୫୦ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ ଉଦ୍ଘାଟନ କରିଛନ୍ତି। ୬ ଲେନ୍ ବିଶିଷ୍ଟ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଇକୋନୋମିକ୍ କରିଡର୍ ଶୀଘ୍ର ନିର୍ମାଣ ହେବ ବୋଲି ଘୋଷଣା କରିଛନ୍ତି। କୋରାପୁଟ ବଡ଼ଡାକ୍ତରଖାନାରେ ଖାଲି ପଡ଼ିଥିବା ସମସ୍ତ ପଦବି ପୂରଣ ହେବ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ଅଭିଭାଷଣରେ କହିଥିଲେ, ସ୍ୱାସ୍ଥ୍ୟସେବା ପାଇଁ କୋରାପୁଟବାସୀଙ୍କୁ ଆଉ ଦୂରକୁ ଯିବାକୁ ପଡ଼ିବ ନାହିଁ। ରାଜ୍ୟ ସରକାର ଏଥିପାଇଁ ସମସ୍ତ ବ୍ୟବସ୍ଥା କରୁଛନ୍ତି।ଯାହାଫଳରେ କୋରାପୁଟ ସମେତ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ାଜିଲ୍ଲା ସହ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ଲୋକ ଉପକୃତ ହେବେ। ନୂଆ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ମିଳିବ। ଆମ ସରକାର ଆସିବା ପରେ ରାଜ୍ୟରେ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଗୁଣାତ୍ମକମାନ ବୃଦ୍ଧି କରିବା ଉପରେ ପ୍ରାଥମିକତା ଦେଉଛନ୍ତି। ରାଜ୍ୟରେ ବର୍ତ୍ତମାନ ୧୨ଟି ସରକାରୀ ମେଡିକାଲ କଲେଜ ରହିଛି। ଖୁବ୍ଶୀଘ୍ର ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ ଓ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ହେବ। ସେହିପରି ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ରୋଗୀଙ୍କ ପାଇଁ ବହୁବିଧ ଚିକିତ୍ସା ସୁବିଧା କରାଯାଉଛି। ସିଟି ସ୍କାନ୍, ଡାଏଲିସିସ୍, ମାମୋଗ୍ରାଫି ପରି ଅତ୍ୟାଧୁନିକ ରୋଗ ନିରୂପଣ ପରୀକ୍ଷା ବ୍ୟବସ୍ଥା ମଧ୍ୟ କରାଯାଉଛି। ଗୁରୁତର ରୋଗୀଙ୍କ ପାଇଁ ସ୍ବତନ୍ତ୍ର ଅକ୍ସିଜେନ୍ ପ୍ଲାଣ୍ଟ ବସାଯାଉଛି। ଏହି ହସ୍ପିଟାଲ ସଂଲଗ୍ନ ୨ ଏକର ଜମିରେ କ୍ୟାନ୍ସର ଚିକିତ୍ସା ହସ୍ପିଟାଲ ମଧ୍ୟ ନିର୍ମାଣ ଚାଲିଛି। ଏଥିପାଇଁ ସରକାର ପ୍ରାୟ ୪୧ କୋଟି ୧୫ ଲକ୍ଷ ଟଙ୍କା ବ୍ୟୟବରାଦ କରିଛନ୍ତି।
ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ନୂଆଦିଲ୍ଲୀ/ଭୁବନେଶ୍ୱର, ଅଗଷ୍ଟ ୧୨ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଆଜି ଓଡ଼ିଶା, ପଞ୍ଜାବ ଏବଂ ଆନ୍ଧ୍ରପ୍ରଦେଶରେ ୪୬୦୦ କୋଟି ଟଙ୍କା ବ୍ୟୟରେ ୪ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍କୁ ଅନୁମୋଦନ ମିଳିଛି, ଯାହାକୁ ସ୍ୱାଗତ କରିଛନ୍ତି…