କ୍ଲଷ୍ଟରସ୍ତରୀୟ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ତିଳେଇବଣି ବ୍ଲକ ଟାଇଁସର କ୍ଲଷ୍ଟରର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁରେଇଁବାହାଳ ଠାରେ କ୍ଲଷ୍ଟର ସ୍ତରୀୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଅଛି।। ଟାଇଁସର ସି. ଆର. ସି. ସି. ଭେନସ କୁମାର ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସର ଗ୍ରହଣ କରିଥିବା କୁରେଇଁବାହାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହକାରୀ ଶିକ୍ଷୟିତ୍ରୀ ଗୋସାମଣୀ ଅମାନ୍ତ, ଅଞ୍ଜଳୀ ପ୍ରଧାନ, ଭୁକାବେଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିଭା ଦାସ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଭୁକାବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଦେବାନନ୍ଦ ପଣ୍ଡା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ତିଳେଇବଣି ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ସାହୁ, ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ବିଭାଗୀୟ ଅଧିକାରୀ ପ୍ରଶାନ୍ତ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଶିକ୍ଷକ ଗଗନ ବିହାରୀ ପ୍ରଧାନ,ଶିକ୍ଷୟିତ୍ରୀ କ୍ଷୀରୋଦରୀ ଦେହୁରୀ, ଦ୍ରୌପଦୀ ପ୍ରଧାନ ପ୍ରମୁଖ ବିଦାୟୀ ଶିକ୍ଷୟିତ୍ରୀ ମାନେ ଛାତ୍ର ବତ୍ସଳ କର୍ତ୍ତବ୍ୟ ନିଷ୍ଠ ଓ ଆଦର୍ଶ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରିଥିଲେ ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ ।ଏହି ଅବସରରେ ଅବସର ଗ୍ରହଣ କରିଥିବା ଶିକ୍ଷୟିତ୍ରୀ ମାନଙ୍କୁ କ୍ଲଷ୍ଟର ତରଫରୁ ଉପଢୌକନ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ସି. ଆର. ସି. ସି. ଶ୍ରୀ ପ୍ରଧାନ ମଞ୍ଚ ପରିଚାଳନା କରିଥିବା ବେଳେ ହଦମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ହୃଦାନନ୍ଦ ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମ ଆୟୋଜନରେ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ