କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ :ଅନ୍ତର୍ନିହିତ ପ୍ରତିଭାର ବିକାଶର ମାଧ୍ୟମ ସୁରଭି

ତିଲେଇବଣି ବ୍ଲକ ସୁଗୁଡା କ୍ଲଷ୍ଟର ପକ୍ଷରୁ ଆଜି ଅପୂର୍ବ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୬ ଅନୁଷ୍ଠିତ ହୋଇଯାଇଛି।ସ୍ଥାନୀୟ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଦମୟନ୍ତୀ ବେହେରା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥି ଜ଼ିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ଅଧ୍ୟକ୍ଷ ସନ୍ତୋଷ କୁମାର ଗୌଡ଼, ସମ୍ମାନିତ ଅତିଥି ଭାବେ ତିଳେଇବଣି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ସାହୁ,ପରିଚାଳନା ସମିତି ସଭାପତି ଶାନ୍ତନୁ କୁମାର ସାହୁ ପ୍ରମୁଖ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କର ଅନ୍ତର୍ନିହିତ ପ୍ରତିଭା ର ବିକାଶ ପାଇଁ ସୁରଭି ସୁଯୋଗ ଆଣିଥାଏ ବୋଲି ମତବ୍ୟକ୍ତ କରିଥିଲେ। ସି.ଆର.ସି.ସି ପ୍ରାଣବନ୍ଧୁ ଘଡେଇ ମଞ୍ଚ ସଂଯୋଜନା ସହ ସୁରଭି ର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରାଇଥିଲେ। ସଭା ପ୍ରାରମ୍ଭରେ ସ୍ଥାନୀୟ ବିଦ୍ୟାଳୟ ଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରିବେଷଣ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କ୍ଲଷ୍ଟର ଅଧିନସ୍ଥ ସମସ୍ତ ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବରିଷ୍ଠ ଓ କନିଷ୍ଠ ବର୍ଗରେ ସଂଗୀତ, ସୃଜନଶୀଳ ଲିଖନ, ଚିତ୍ରାଙ୍କନ, ସୁନ୍ଦର ହସ୍ତାକ୍ଷର, ତର୍କ, ସାଧାରଣଜ୍ଞାନ, ହସ୍ତକଳା, ଚିତ୍ରକଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସେହିପରି ସାମନ୍ତରାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରାରମ୍ଭିକ ସ୍ତରରେ ଛାତ୍ର ଛାତ୍ରୀ ମାନଙ୍କ ବିକାଶ ନିମନ୍ତେ ନିପୁଣ ଓଡିଶା କାର୍ଯ୍ୟକ୍ରମରେ ପ୍ରଥମ ରୁ ତୃତୀୟ ଶ୍ରେଣୀ ଛାତ୍ର ଛାତ୍ରୀ ମାନେ ଗଣିତ ଦୌଡ, ଗଣିତ କୁଇଜ, ଗଳ୍ପ କଥନ, ଚିତ୍ରାଙ୍କନ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଦ୍ଵିତୀୟ ପର୍ଯ୍ୟାୟ ରେ ଛାତ୍ର ଛାତ୍ରୀ ମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ବୃଦ୍ଧ ଭାଷା ସମ୍ବୃଦ୍ଧ ସଂସ୍କୃତି ବିଷୟ ଆଧାରିତ ଉପରେ ନୃତ୍ୟ ପ୍ରତିଯୋଗିତା ହୋଇଥିଲା। ବିଚାରକ ଭାବେ ରାକେଶ କୁମାର ଶତପଥି ଓ ବିଶାଳ ନାୟକ ପ୍ରମୁଖ ଦାୟିତ୍ୱ ବହନ କରିଥିଲେ।ଉଦଯାପନୀ ଉତ୍ସବ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ସି. ଆର. ସି. ସି. ପ୍ରାଣବନ୍ଧୁ ଘଡେଇ ଙ୍କ ସଂଯୋଜନାରେ ମୁଖ୍ୟ ଅତିଥି ଭାବେ ତିଳେଇବଣି ପଞ୍ଚାୟତ ସମିତି ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ, ସମ୍ବଲପୁର ସାଂସଦ ପ୍ରତିନିଧି ଯୋଗେଶ କୁମାର ପ୍ରଧାନ, ପଞ୍ଚ ଶିକ୍ଷା ସେତୁ ସଭାପତି ଧରଣୀଧର ସାହୁ, ସ୍ଥାନୀୟ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଦମୟନ୍ତୀ ବେହେରା, ପରିଚାଳନା ସମିତି ସଭାପତି ଶାନ୍ତନୁ କୁମାର ସାହୁ ପ୍ରମୁଖ ଯୋଗ ଦେଇ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନା ରେ କଲଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ହୃଷିକେଶ ପ୍ରଧାନ,ସାମନ୍ତରାପାଲି ଉଚ୍ଚ ପ୍ରାଥମିକ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଶର୍ମା, ଗୁଣ୍ଡୁରିପୋଷି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରିଷ୍ଠ ଶିକ୍ଷକ ପରମାନନ୍ଦ ବସନ୍ତରା , ହରିହର କିଶାନ, ଗୁରୁଚରଣ ବେହେରା,ପୁଷ୍ପାଞ୍ଜଳି ସାହୁ, ବୈଜୟନ୍ତୀ ମାହାଣା ,ଫକୀର ମୋହନ ପ୍ରଧାନ, ରଞ୍ଜନ କୁମାର ପ୍ରଧାନ,ପ୍ରମୁଖ ଦାୟିତ୍ୱ ବହନ କରିଥିଲେ।କ୍ଲଷ୍ଟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ କୁ ସଫଳ କରିବାରେ ସକ୍ରିୟ ସହଯୋଗ କରିଥିଲେ।ପ୍ରତିଯୋଗିତା ରେ ସବ ଜୁନିଅର, ଜୁନିଅର ଓ ସିନିଅର ମୋଟ ୨୨ ଟି ବିଭାଗ ରୁ ୨୨୦ ଜଣ ଛାତ୍ର ଛାତ୍ରୀ ଭାଗ ନେଇଥିଲେ।

  • Related Posts

    ତୁଳସୀ ମହିଳା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ

    କେନ୍ଦ୍ରାପଡ଼ା: ତୁଳସୀ ମହିଳା ମହାବିଦ୍ୟାଳୟରେ ନିର୍ବାଚନୀ ପ୍ରାର୍ଥୀପତ୍ର ଦାଖଲକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇବା ପରେ ନିର୍ବାଚନକୁ ବାତିଲ କରିଛନ୍ତି ଅଧ୍ୟକ୍ଷା । ନାମାଙ୍କନ ପତ୍ର ଗ୍ରହଣ କରାନଯିବାକୁ ପ୍ରତିବାଦ କରି ଆନ୍ଦୋଳନକାରୀ ଛାତ୍ରୀମାନେ କଲେଜର ମୁଖ୍ୟ ଫାଟକରେ ଦୀର୍ଘ…

    Continue reading
    ଘୂର୍ଣ୍ଣିବଳୟ ସକ୍ରିୟ : ୧୩ରେ ଲଘୁଚାପ

    ଭୁବନେଶ୍ବର : ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୧୧ ତାରିଖ ବେଳକୁ ଏହା ଆଣ୍ଡାମାନସାଗର ମଧ୍ୟକୁ ପ୍ରବେଶ କରିପାରେ। ଏହା ପ୍ରଭାବରେ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ