କ୍ଷତିଗ୍ରସ୍ତ ଚାଷୀମାନଙ୍କ ପାଇଁ ୨୯୧ କୋଟି ସହାୟତା ଯୋଗାଇଦେବା ପାଇଁ ନିଷ୍ପତ୍ତି

ଭୁବନେଶ୍ୱର: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆ ଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ପାଣି ପଞ୍ଚାୟତ ଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଉପସ୍ଥିତ କୃଷକମାନଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ”କୃଷକମାନେ ହେଉଛନ୍ତି ରାଜ୍ୟ ବିକାଶର ମୂଳ ସୂତ୍ରଧର । ସେମାନେ ସମସ୍ତଙ୍କ ମୁହଁରେ ଆହାର ଯୋଗାଉଛନ୍ତି । ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆପଣମାନଙ୍କୁ ଅନ୍ନଦାତା ଭାବେ ସମ୍ମାନିତ କରି ଆସିଛନ୍ତି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କୃଷକ କଲ୍ୟାଣ ପାଇଁ ଅନେକ ଯୋଜନା କାର୍ୟ୍ୟକାରୀ କରୁଛନ୍ତି । ରାଜ୍ୟରେ କୃଷିର ବିକାଶ ପାଇଁ ଚଳିତ ବର୍ଷ କୃଷି ବଜେଟରେ ୩୩ ହଜାର ୯୧୯ କୋଟି ଟଙ୍କା ପ୍ରାବଧାନ କରାଯାଇଛି । କୃଷକମାନଙ୍କ ସୁଖଦୁଃଖରେ ଆମ ସରକାର ଅଛନ୍ତି । ଅଦିନିଆ ବର୍ଷାକୁ ଏକ ବିପର୍ୟ୍ୟୟ ଭାବେ ଗ୍ରହଣ କରି ଆମ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କ ପାଇଁ ୨୯୧ କୋଟି ରୁ ଅଧିକ ଟଙ୍କା ସହାୟତା ଯୋଗାଇଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ୬.୬୬ ଲକ୍ଷ ଚାଷୀ ଏହି ସହାୟତା ପାଇବେ ।

ଏଥିସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳସେଚନ ଏବଂ କୃଷି ବୈଜ୍ଞାନିକଙ୍କ ଗବେଷଣା ସହିତ ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆଜି ଆମେ ୧୪୦ କୋଟି ଲୋକଙ୍କୁ ଖାଦ୍ୟ ଯୋଗାଇ ପାରୁଛୁ ଏବଂ ବିଦେଶକୁ ମଧ୍ୟ ରପ୍ତାନୀ କରିପାରୁଛୁ । ଏଥିପାଇଁ ଚାଷୀର ଜମିକୁ ଜଳଯୋଗାଣ ଅତ୍ୟନ୍ତ ଆବଶ୍ୟକ । ତେଣୁ, ଜଳସେଚନର ସମସ୍ତ ପ୍ରକଳ୍ପ ଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ବଡ଼ ଖବର: ୧୫ରେ ଛାତ୍ର ସଂସଦ ନିର୍ବାଚନ

    ଭୁବନେଶ୍ୱର: ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି । ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ