କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ଏହି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କ୍ୟାନ୍‌ସର ରୋଗୀ ଚିହ୍ନଟ ହେବା ମାତ୍ରେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। କ୍ୟାନ୍‌ସରକୁ ଅଧିସୂଚିତ ରୋଗ ଭାବେ ଘୋଷଣା କରିବା ପାଇଁ ଏକ ସଂସଦୀୟ ସ୍ଥାୟୀ କମିଟି ରିପୋର୍ଟରେ ସୁପାରିସ କରାଯିବା ପରେ ମୋଟ ୩୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରୁ ୧୭ଟି ଏହା କାର୍ଯ୍ୟକାରୀ କରିଛନ୍ତି। ଏହା ଜାଣିବା ପରେ ସର୍ବୋଚ୍ଚ ଅଦାଲତ ବାକି ୧୯ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଅନୁରୂପ ପଦକ୍ଷେପ ନେବା ଲାଗି ନିର୍ଦ୍ଦେଶ ଦେଇଛନ୍ତି।
କ୍ୟାନ୍‌ସରର ସଅଳ ଚିହ୍ନଟ ଏବଂ ରୋଗୀଙ୍କ ଉପଯୁକ୍ତ ଯତ୍ନ ଲାଗି ଅନୁରାଗ ଶ୍ରୀବାସ୍ତବ ନାମକ ଡାକ୍ତର ଏହାକୁ ଅନୁସୂଚିତ ରୋଗ ଭାବେ ଘୋଷଣା କରିବାକୁ ନିର୍ଦ୍ଦେଶ ଦେବା ନିମନ୍ତେ ଜନସ୍ବାର୍ଥ ମାମଲା ଦାଏର କରିଥିଲେ।

  • Related Posts

    ଜିମ୍ବାୱେରେ  ଡଙ୍ଗା ବୁଡ଼ିଲା; ୧୫  ମୃତ

    ହରାରେ: ଜିମ୍ବାୱେର କରିବା ହ୍ରଦରେ ୯୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ବୁଡ଼ି ଯାଇଚି। ରିପୋର୍ଟ ଅନୁଯାୟୀ ୧୫ ଜଣଙ୍କର ମୃତ୍ୟୁ ଆଶଙ୍କା କରାଯାଉଛି ଏବଂ ୨୦ ରୁ ଅଧିକ ନିଖୋଜ ଅଛନ୍ତି। ପୋଲିସ ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ…

    Continue reading
    ଇସ୍ତଫା ଦେଲେ ଟାଟା ସନ୍ସ ଅଧ୍ୟକ୍ଷ ଏନ୍. ଚନ୍ଦ୍ରଶେଖରନ୍‌!

    ଏନ୍‌. ଚନ୍ଦ୍ରଶେଖରନ୍‌ ଟାଟା ସନ୍ସର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ଅଗଷ୍ଟ ୧୮ରେ ଅନୁଷ୍ଠିତ ହେବାକୁ ଥିବା କମ୍ପାନୀର ବାର୍ଷିକ ସାଧାରଣ ବୈଠକ ପୂର୍ବରୁ ସେ ଦେଇଥିବା କଥା ସାମ୍ନାକୁ ଆସିଛି। କିନ୍ତୁ ଆସନ୍ତା ଫେବୃଆରୀରେ ତାଙ୍କର ବର୍ତ୍ତମାନର କାର୍ଯ୍ୟକାଳ ଶେଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ