କ୍ୟାପିଟାଲ ହସ୍ପିଟାଲରେ କ୍ଷତିପୂରଣ ବାବଦରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,22/09: କ୍ୟାପିଟାଲ ହସ୍ପିଟାଲରେ ଏକ ଶିଶୁକୁ ଭୁଲ ଇଞ୍ଜେକ୍ସନ ଦେବା କାରଣରୁ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣି ଉତ୍ତେଜନା ପ୍ରକାଶ ପାଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହ କ୍ଷତିପୂରଣ ବାବଦରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ମୃତ ଶିଶୁର ବାପା ଜଣେ ଅଟୋ ଡ୍ରାଇଭର। ଶିଶୁର ମୃତ୍ୟୁ ପରେ ପରେ ପରିବାର ବର୍ଗଙ୍କ ଦୁଖରେ ସାମିଲ ହୋଇଛନ୍ତି ସ୍ମାର୍ଟ ଅନଲାଇନ ଅଟୋ ସଂଘ। ରାସ୍ତାରେ ଅଟୋ ରଖି ପ୍ରତିବାଦ କରିଥିଲେ, ଯାହାଫଳରେ ବିମାନବନ୍ଦର ଛକରୁ କ୍ୟାପିଟାଲ ହସ୍ପିଟାଲ ଛକ ଯାଏ ରାସ୍ତା ଅବରୋଧ କରିଥିଲେ ଅଟୋ ଡ୍ରାଇଭରମାନେ। ଘଟଣାପରେ ଶିଶୁ ମୃତ୍ୟୁର ପ୍ରାଥମିକ ତଦନ୍ତ ଆରମ୍ଭ ହୋଇଛି। ଏକ ସ୍ବତନ୍ତ୍ର କମିଟି ଏହାର ତଦନ୍ତ କରିବ ଏବଂ ଶବ ବ୍ୟବଛେଦ ପରେ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି କହିଛନ୍ତି। ଏପଟେ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ X ମାଧ୍ୟମରେ ପରିବାର ପ୍ରତି ସମବେଦନା ଜଣାଇବା ସହ ସହାୟତା ଘୋଷଣା କରିଛନ୍ତି।

  • Related Posts

    ୪.୪ ତୀବ୍ର ଭୂକମ୍ପ,ଥରିଲା କୋରାପୁଟ

    କୋରାପୁଟ,୦୫/୦୪/୨୦୨୬: କୋରାପୁଟ ଜିଲ୍ଲାରେ ଗତ ଶନିବାର ରାତି ୧୧.୩୧ ଘଣ୍ଟା ସମୟରେ ୪.୪ ତୀବ୍ରତାରେ ଏକ ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏହାର ପ୍ରଭାବରେ କୋରାପୁଟ, ସୁନାବେଢ଼ା, ସେମିଳିଗୁଡା, ପଟାଙ୍ଗି, ନନ୍ଦପୁର, ଦାମନଜୋଡି, ଲମତାପୁଟ , ଜୟପୁର , ବୈପାରୀଗୁଡା…

    Continue reading
    ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିବେଶଗତ ଅସନ୍ତୁଳନ, ଐତିହ୍ୟର ବିଲୁପ୍ତି ଓ ଆଧ୍ୟ୍ୟତ୍ମିକତାର ଧ୍ବଂସସାଧନ କରିବ: ଭକ୍ତ

    ଭୁବନେଶ୍ବର,୦୪/୦୩/୨୦୨୬:ପୁରୀଠାରେ ପ୍ରସ୍ତାବିତ ଅର୍ନ୍ତଜାତୀୟ ବିମାନ ବନ୍ଦର ପାଇଁ କେନ୍ଦ୍ର ସରକାରଙ୍କର ମିଳିଥିବା ଷ୍ଟେଜ୍ -୧ ଅନୁମୋଦନକୁ ପ୍ରଦେଶ କଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି। ବହୁଚର୍ଚ୍ଚିତ ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ମିଳିଥିବା ଜଙ୍ଗଲ ଜମି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ