କ୍ୟାବିନେଟ୍ ନିଷ୍ପତ୍ତି ସଂକଳନ ଜାରି

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ନିଜର ୨୫ଟି କ୍ୟାବିନେଟ୍ ବୈଠକରେ ନିଆଯାଇଥିବା ୧୪୯ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିର ସଂକଳନ ଜାରି କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ସଂକଳନକୁ ରିଲିଜ୍ କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ଲୋକସେବା ଭବନରେ ଆୟୋଜିତ ୨୬ତମ କ୍ୟାବିନେଟ୍ ବୈଠକରେ ପୂର୍ବର ୨୫ଟି କ୍ୟାବିନେଟ୍ ବୈଠକରେ ନିଆଯାଇଥିବା ମୁଖ୍ୟ ନିଷ୍ପତ୍ତିଗୁଡ଼ିକର ଏକ ସଂକଳନ ପ୍ରକାଶ କରିଛନ୍ତି । ଏହି ସଂକଳନରେ ୩୪ଟି ବିଭାଗର ୧୪୯ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିବରଣୀ ସାମିଲ ରହିଛି । ଯେଉଁଥିରେ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ଓ ଅନ୍ୟାନ୍ୟ କ୍ଷେତ୍ରଗୁଡ଼ିକର ମୁଖ୍ୟ ନିଷ୍ପତ୍ତିଗୁଡ଼ିକ ରହିଛି । ଏହି ପଦକ୍ଷେପ ଓଡ଼ିଶା ସରକାରଙ୍କ ପାରଦର୍ଶୀ ଶାସନର ଏକ ଉଦାହରଣ ଭାବେ ଦେଖାଯାଉଛି । ଜନସାଧାରଣଙ୍କୁ ଏହି ସଂକଳନ ଶୀଘ୍ର ଉପଲବ୍ଧ କରାଯିବାରୁ ଅପେକ୍ଷା ରହିଛି ।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ