
ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ । କ୍ୟାବିନେଟ ବୈଠକରେ ମୋଟ ୬ ଟି ବିଭାଗର ୦୭ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲକ୍ଷ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୧ଟି, ସମବାୟ ବିଭାଗ ର ୧ ଟି, ଅର୍ଥ ବିଭାଗର ୧ଟି, ଗୃହ ଓ ନଗର ଉନ୍ନୟନ ବିଭାଗର ୨ ଟି, ବାଣିଜ୍ୟ ଓ ପରିବହନ ବିଭାଗର ୧ଟି, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୧ଟି ଏହିପରି ମୋଟ ୭ଟି ପ୍ରସ୍ତାବ ଆଗତ ପୂର୍ବକ ସମସ୍ତ ପ୍ରସ୍ତାବ କ୍ୟାବିନେଟ ବୈଠକ ରେ ପାରିତ ହୋଇଛି ।




