କ୍ୟାବିନେଟ: ଅଯୋଧ୍ୟାସାଗରରେ ଅନ୍ତଃ ନଦୀ ଜଳାଶୟ ପାଇଁ ୪୪୦ କୋଟି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୫ଟି ବିଭାଗର ୧୦ଟି ପ୍ରସ୍ତାବ ଅନୁମୋଦନ ମିଳିଛି । ଶିଳ୍ପ ବିଭାଗର ୨ଟି, ଗୃହ ଓ ନଗର ଉନ୍ନୟନ ବିଭାଗର ୪ ଟି, ଜଳ ସମ୍ପଦ ବିଭାଗର ୨ଟି, ରାଜସ୍ବ ଗୋଟିଏ, ପର୍ଯ୍ୟଟନ ବିଭାଗର ଗୋଟିଏ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି ।
ସମ୍ବଲପୁରରେ ମହାନଦୀରେ ଥିବା ଅଯୋଧ୍ୟାସାଗର ୱେୟାରର ତଳଭାଗରେ ଏକ ଅନ୍ତଃ ନଦୀ ଜଳାଶୟ ବା ISS ନିର୍ମାଣ ହେବ । ପ୍ରସ୍ତାବିତ ପ୍ରକଳ୍ପରେ ବ୍ରିଜ-କମ୍-ବ୍ୟାରେଜ ନିର୍ମାଣ ସହିତ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ କରାଯିବ । କ୍ୟାବିନେଟ ଏହି ପ୍ରକଳ୍ପର ନିର୍ମାଣ ତଥା ପରିଚାଳନା ଓ ରକ୍ଷଣାବେକ୍ଷଣ ପାଇଁ ୪୪୦ କୋଟି ୩୩ ଲକ୍ଷ ୯୧ ହଜାର ୪୭୦ ଟଙ୍କା ୬ ପଇସା ଟେଣ୍ଡରକୁ ଅନୁମୋଦନ କରିଛନ୍ତି । ପ୍ରକଳ୍ପଟି ୩୦ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ । ପ୍ରକଳ୍ପଟି ସମ୍ବଲପୁର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳଗୁଡ଼ିକରେ ପାନୀୟ ଜଳ ଯୋଗାଣ, ଭୂତଳ ଜଳ ପୁନଃଭରଣ, ପଶୁପାଳନ, ମାଛଚାଷ ଓ ଅନ୍ୟାନ୍ୟ ଜୀବିକାମୂଳକ କାର୍ଯ୍ୟକଳାପରେ ମଧ୍ୟ ସହାୟକ ହେବ । ଏହି ପ୍ରକଳ୍ପ ପର୍ଯ୍ୟଟନ ଓ ବିନୋଦନମୂଳକ କାର୍ଯ୍ୟକଳାପ, ନୌଚାଳନାକୁ ପ୍ରୋତ୍ସାହନ ସହିତ ସମଲେଶ୍ବରୀ ମନ୍ଦିର ପାଇଁ ଏକ ଆଳତୀ ଘାଟ ଭାବେ ବିକଶିତ କରି ଧାର୍ମିକ ଓ ସାଂସ୍କୃତିକ କାର୍ଯ୍ୟକଳାପକୁ ମଧ୍ଯ ପ୍ରୋତ୍ସାହନ ଦେବ । ସେହିପରି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ଓ ଶିଳ୍ପ ବିଭାଗର ଗୋଟେ ଗୋଟେ ପ୍ରସ୍ତାବକୁ କ୍ୟାବିନେଟର ମଞ୍ଜୁରୀ ମିଳିଛି ।

  • Related Posts

    ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ପ୍ରୟାସରେ ଓଡ଼ିଶାର ପ୍ରଗତି ଶିଖର ଛୁଇଁଛି :ମୁଖ୍ୟମନ୍ତ୍ରୀ

    ଆଜିର ଏହି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ମହତ୍ତ୍ୱପୂର୍ଣ୍ଣ ପ୍ରେସ୍ ସମ୍ମିଳନୀରେ ମୁଁ ଆପଣ ସମସ୍ତଙ୍କୁ ଆନ୍ତରିକ ସ୍ୱାଗତ ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୁନ୍ ୯ ତାରିଖ ହେଉଛି ଆମ ଦେଶର ଗଣତାନ୍ତ୍ରିକ ଇତିହାସରେ ଏକ ସ୍ୱର୍ଣ୍ଣିମ, ଯୁଗାନ୍ତକାରୀ ତଥା ଅଭୂତପୂର୍ବ…

    Continue reading
    ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ:ଶୁଭେନ୍ଦୁ ଅଧିକାରୀ

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା। ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ। ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇବା ପରେ ଶୁଭେନ୍ଦୁ ଅଧିକାରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ