
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ମନ୍ତ୍ରୀ ପରିଷଦ ବୈଠକ ପରେ ଅନୁଷ୍ଠିତ ହୋଇଛି ମନ୍ତ୍ରୀ ମଣ୍ଡଳ ବୈଠକ । ମନ୍ତ୍ରୀ ପରିଷଦ ବୈଠକରେ ଆସନ୍ତା ବିଧାନସଭା ଅଧିବେଶନରେ ଆସିବାକୁ ଥିବା ଅତିରିକ୍ତ ବଜେଟକୁ ମଞ୍ଜୁରୀ ମିଳିଛି । ସେହିପରି ୧୦ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି କ୍ୟାବିନେଟ ।
ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ୍) ପରୀକ୍ଷା ନିୟମରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି । ଏଣିକି ଓସିଏସ୍ ପରୀକ୍ଷା ଦେବା ପାଇଁ ଆଉ ଆଟେମ୍ପ୍ଟ ସଂଖ୍ୟାର କୌଣସି ସୀମା ରହିବ ନାହିଁ । ନିର୍ଦ୍ଧାରିତ ବୟସ ସୀମା ଓ ଅନ୍ୟ ଯୋଗ୍ୟତା ପୂରଣ କରୁଥିବା ପ୍ରାର୍ଥୀ ଯେତେଥର ଚାହିଁବେ ପରୀକ୍ଷା ଦେଇପାରିବେ । ଏହା ଦ୍ୱାରା ମେଧାଭିତ୍ତିକ ଚୟନ ସହ ପ୍ରାର୍ଥୀଙ୍କୁ ଅଧିକ ସୁଯୋଗ ମିଳିବ ।





