କ୍ୟାବିନେଟ: ସରକାରୀ ଚାକିରି ପାଇଁ ସର୍ବୋଚ୍ଚ ବୟସ ସୀମା ୪୨କୁ ବୃଦ୍ଧି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ରାଜ୍ୟ କ୍ୟାବିନେଟ ୫ ବିଭାଗର ୫ ପ୍ରସ୍ତାବକୁ ମୋହର ମାରିଛନ୍ତି । ବାଣିଜ୍ୟ ଓ ପରିବହନ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା, ସ୍ଵାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ପୂର୍ତ୍ତ ଓ ସାଧାରଣ ପ୍ରଶାସନ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଓଡ଼ିଶା ବେସାମରିକ ସେବା ନିୟମା ବଳୀ ୧୯୮୯ର ସଂଶୋଧନ ହୋଇଛି । ରାଜ୍ୟ ସରକାରୀ ପଦବୀ ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସ ସୀମା ଓଡିଶା ବେସାମରିକ ସେବା ନିୟମାବଳୀ ୧୯୮୯ର ବ୍ୟବସ୍ଥା ଅନୁଯାୟୀ ପରିଚାଳିତ ହୋଇଥାଏ । ନିୟମାବଳୀରେ ଥ‌ିବା ବ୍ୟବସ୍ଥା ଅନୁଯାୟୀ ସରକାରୀ ପଦପଦବୀ ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସ ସୀମା ୩୨ ବର୍ଷ ରହିଛି । ଆଗାମୀ ନିଯୁକ୍ତି ପ୍ରକ୍ରିୟାରେ ଅଂଶଗ୍ରହଣ କରିବା ନିମନ୍ତେ ସର୍ବୋଚ୍ଚ ବୟସ ସୀମାକୁ ବୃଦ୍ଧି କରିବା ପାଇଁ ବିଭିନ୍ନ ମହଲରୁ ବହୁ ନିବେଦନ ଗ୍ରହଣ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କିଛି ସେବା ଓ ପଦବୀ ସର୍ବୋଚ୍ଚ ବୟସ ସୀମା ଅଧିକ ଉଲ୍ଲେଖ ରହିଛି । ୟୁନିଫର୍ମ ସେବା ପୋଲିସ, ଜଙ୍ଗଲ, ଅବକାରୀ, ଅଗ୍ନିଶମ ସେବା ଏବଂ ଯେଉଁ ସେବା ଓ ପଦବୀରେ ଶାରୀରିକ ଦକ୍ଷତା ପରୀକ୍ଷା ରହିଥାଏ, ତା ବ୍ୟତୀତ ଅନ୍ୟ ସମସ୍ତ ୩୨ ବର୍ଷରୁ ୪୨ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ବିଭିନ୍ନ ମୂଳ ପଦବୀ ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସ ସୀମା ନିଷ୍ପତ୍ତି ନେଇଛନ୍ତି । ସର୍ବୋଚ୍ଚ ବୟସସୀମା ଏସସି, ଏସଟି, ଓବିସି, ମହିଳା, ଅବସରପ୍ରାପ୍ତ ସୈନିକ ଏବଂ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ କ୍ଷେତ୍ରରେ ସରକାରଙ୍କ ଦ୍ବାରା ବିଭିନ୍ନ ସମୟରେ ଜାରି ହେଉଥ‌ିବା ନିୟମାବଳୀ ଅନୁସାରେ କୋହଳ ହେବ ।
ମୋହନ ସରକାର ପ୍ରଥମ ଥର ଲାଗି ଓଡ଼ିଶା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ନୀତି ୨୦୨୫ ଆଣିଛନ୍ତି । ଯାହାକୁ କ୍ୟାବିନେଟ ଗ୍ରୀନ ସିଗ୍ନାଲ ଦେଇଛି । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା ।
ଓଡ଼ିଶା ସରକାର ଓଡ଼ିଶା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ନୀତି ୨୦୨୫କୁ ଅନୁମୋଦନ କରିଛନ୍ତି । ଏହା ଓଡ଼ିଶାର ବୈଷୟିକ ବିକାଶକୁ ଏହି ନୀତି ଆହୁରି ସୁଦୃଢ଼ କରିବ । ଏହି ନୀତି ଓଡ଼ିଶାର ଶ୍ରେଷ୍ଠ ଡିଜିଟାଲ ପରିବର୍ତ୍ତନ ପ୍ରକ୍ରିୟାର ଅଂଶବିଶେଷ ହେବ । ଏହା ସହିତ ଓଡ଼ିଶାର ପ୍ରଯୁକ୍ତି ବିଦ୍ୟା ବିକାଶ କ୍ଷେତ୍ରରେ ଏକ ଗୁରୁତ୍ଵପୂର୍ଣ ଅଧ୍ୟାୟ ହେବ । କୃତ୍ରିମ ବୁଦ୍ଧିମତାର ବ୍ୟବହାରଦ୍ବାରା ପ୍ରଶାସନିକ କ୍ଷେତ୍ରରେ ମଧ୍ୟ ଅପରିସୀମ ସୁଫଳ ମିଳିବ । କୃତ୍ରିମ ବୁଦ୍ଧିମତାକୁ ଆଧାର କରି ତଥ୍ୟ ସଂଗ୍ରହ, ନବସୃଜନକୁ ପ୍ରୋତ୍ସାହନ, ତଥ୍ୟ ପରିଚାଳିତ ନିଷ୍ପତ୍ତି ସହ ରାଜ୍ୟର ସାମାଜିକ ଆର୍ଥିକ ଉନ୍ନତି ସମ୍ଭବ ହୋଇପାରିବ ।ଓଡ଼ିଶା Al Policy-୨୦୨୫ ଚାରିଟି ଦିଗ ରହିଛି । ଏହି ହେଉଛି କୃତ୍ରିମ ବୁଦ୍ଧିମତାର ମୌଳିକ ଭିଭିଭୂମି, ଦକ୍ଷତା, ଶକ୍ତି ଏବଂ ନିୟନ୍ତ୍ରଣାତ୍ମକ ଢାଞ୍ଚା । ଏହା ରାଜ୍ୟର କମ୍ପ୍ୟୁଟିଂ କ୍ଷମତାକୁ ସରଳ କରିବ । ପରିପକ୍ବ ତଥ୍ୟ ପ୍ରଦାନ କରିପାରିବ । ଶିଳ୍ପ ଓ ଶିକ୍ଷା ମଧ୍ଯରେ ସହଯୋଗକୁ ପ୍ରୋତ୍ସାହିତ କରିବ । ଏହି ନୀତି ରାଜ୍ୟର ବୈଷୟିକ ଦକ୍ଷତା ବୃଦ୍ଧି ସହ ଏକ ପ୍ରଭାବୀ ବ୍ୟବସ୍ଥାକୁ ସୁନିଶ୍ଚିତ କରିବ । ଏକ ସ୍ବତନ୍ତ୍ର Al ମିଶନର ସୃଷ୍ଟି ଦ୍ୱାରା ସରକାରୀ ବିଭାଗଙ୍କ ମଧ୍ୟରେ AI ପ୍ରୟୋଗର ପ୍ରୟାସ ଗୁଡିକୁ କାର୍ଯ୍ୟାନ୍ବିତ କରିବା ପାଇଁ ସର୍ବୋଚ୍ଚ ପ୍ରତିଷ୍ଠାନ ଭାବରେ କାର୍ଯ୍ୟ କରିବ । ସମୟ ଉପଯୋଗୀ ବିକାଶମୂଳକ ପ୍ରକଳ୍ପ ପ୍ରସ୍ତୁତି, ପାଇଲଟ ପ୍ରକଳ୍ପଗୁଡିକ ମଧ୍ୟରେ ସମନ୍ଵୟ ସ୍ଥାପନ ତଥା ସରକାରୀ ସଂସ୍ଥା, ଷ୍ଟାର୍ଟଅପ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ଅନୁସନ୍ଧାନ ଓ ବିକାଶମୂଳକ କାର୍ଯ୍ୟରେ ମାର୍ଗଦର୍ଶନରେ ସହାୟତା ହେବ ।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ