କ୍ୟାବିନେଟ: ୧୦ ପ୍ରସ୍ତାବକୁ ମଂଜୁରୀ

ଭୁବନେଶ୍ଵର : ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ। ଆଦର୍ଶ ବିଦ୍ୟାଳୟ ପ୍ରସ୍ତାବକୁ କ୍ୟାବିନେଟ ମୋହର। ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ନାମ ରହିବ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ବିକଶିତ ଗାଁ, ବିକଶିତ ଓଡ଼ିଶାକୁ ମଞ୍ଜୁରୀ। ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରିବେ ସରକାର। କ୍ୟାବିନେଟ ବୈଠକ ପରେ ସମ୍ବୋଧନ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୫ଞ ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ୍ ନଥିଲା। ଏଥିପାଇଁ ଡିପିଆର ପ୍ରସ୍ତୁତ ହୋଇନଥିଲା, କି ଏଷ୍ଟିମେଟ୍ ହୋଇନଥିଲା। ପିଲାମାନଙ୍କ ଭବିଷ୍ୟତ ପ୍ରତି ଏହା ଧୋକ୍କା ହୋଇଥିଲା। ତେଣୁ ଆଜି ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ହେଲା। ଚଳିତ ବର୍ଷ ୧୧୪ଟି ପଞ୍ଚାୟତରେ ପ୍ରଥମ ପର୍ୟ୍ୟାୟରେ ଆରମ୍ଭ ହେବ। ପରବର୍ତ୍ତୀ ୪ ବର୍ଷରେ ଅନ୍ୟ ପଞ୍ଚାୟତମାନଙ୍କରେ ହେବ। ଏଥିପାଇଁ ରାଜ୍ୟ ସରକାର ୧୨ ହଜାର କୋଟି ଟଙ୍କା ବ୍ୟୟ କରିବେ। ମୋଟ ୬୭୯୪ ପଞ୍ଚାୟତରେ ଏପରି ଫିଡର ସ୍କୁଲ ଚିହ୍ନଟ କରାଯିବ।
ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ, ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରିବୁ। ଆର୍ଥିକ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରସ୍ତାବ ରହିବ । ଏନେଇ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି। ଏହି ଅର୍ଥ ୨୦୨୬ ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ କରାଯିବ।

ଏହାସହ ନୂତନ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବେ ରାଜ୍ୟ ସରକାର । ଏନେଇ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି । ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ପାଇଁ ଖର୍ଚ୍ଚ ରାଶିର ୬୦ ପ୍ରତିଶତ ଛାଡ଼ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହି ରାଶି ସର୍ବାଧିକ ୬ କୋଟି ୫୦ ଲକ୍ଷ ପର୍ୟ୍ୟନ୍ତ ରହିପାରିବ । ସେହିପରି ସାଧାରଣ ବର୍ଗଙ୍କୁ ୫୦ ପ୍ରତିଶତ ପର୍ୟ୍ୟନ୍ତ ସବସିଡି ପ୍ରଦାନ କରାଯିବ । ଶୀତଳ ଭଣ୍ଡାର ପାଇଁ ପ୍ରଥମ ଦିନରୁ ବିଜୁଳି ବିଲ୍‌ରେ ରିହାତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ପ୍ରଥମ କରି ଓଡିଶାରେ ପ୍ରତିଷ୍ଠା ହେବ ସେମି କଣ୍ଡକ୍ଟର ୟୁନିଟ୍ । ବିକଶିତ ଗାଁ, ବିକଶିତ ଓଡିଶାକୁ ମଞ୍ଜୁରୀ । ଆମ ଓଡିଶା ନବୀନ ଓଡିଶା ଯୋଜନାର ଆଦୌ ସଫଳତା ନାହିଁ । ଗ୍ରାମର ବିକାଶ ପାଇଁ ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ବିକଶିତ ଗାଁ ବିକଶିତ ଓଡିଶାକୁ କ୍ୟାବିନେଟ୍ ମଞ୍ଜୁରି ଦିଆଯାଇଛି । ଏଥିପାଇଁ ୧୦୦୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ଗାଁ ପଲ୍ଲୀସଭାରେ ପ୍ରକଳ୍ପକୁ ଅନୁମୋଦନ ମିଳିବ ବୋଲି ସୂଚନା ଦିଆଯାଇଛି।

ଓଡ଼ିଶାରେ ସିଲିକନ କାର୍ବାଇଡ ସେମିକଣ୍ତକର ଉତ୍ପାଦନ କାରଖାନା ପ୍ରତିଷ୍ଠା ନିମନ୍ତେ RIR ପାୱାର ଇଲୋକ୍ଟ୍ରୋନିକ୍ସ ଲିମିଟେଡ ପାଇଁ ସ୍ବତନ୍ତ୍ର ପ୍ରୋତ୍ସାହନ ପ୍ୟାକେଜ ପ୍ରସ୍ତାବ ରହିଛି । କ୍ୟାବିନେଟରେ ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିଛି । ୨୦୧୭ ଡାକ୍ତରୀ ନିୟମାବଳୀରେ ହେଲା ସଂଶୋଧନ । ୫ହଜାର ଡାକ୍ତରଙ୍କୁ ଦିଆଯିବ ନିଯୁକ୍ତି । ରାଜ୍ୟ କ୍ୟାବିନେଟ୍ ଶିଳ୍ପ ନିତୀ ୨୦୧୫ର ଦୁଇଟି ସଂଶୋଧନକୁ ଅନୁମୋଦନ କରିଛନ୍ତି । ଯେଉଁଥିରେ ଯୋଗ୍ୟ ନିବେଶକମାନେ ପ୍ରୋତ୍ସାହନ ପାଇଁ ସେମାନଙ୍କର ଦାବିକୁ ଠିକ୍ ସମୟରେ ପ୍ରଦାନ କରିବାକୁ ସକ୍ଷମ ହେବ ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ