ଖଣ୍ଡଗିରି ଓଭରବ୍ରିଜରେ ଦୁର୍ଘଟଣା: ବାପା ମୃତ ଏବଂ ପୁଅ ଗୁରୁତର

ଭୁବନେଶ୍ବର: ଭୁବନେଶ୍ବର ଖଣ୍ଡଗିରି ଓଭରବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ବାଇକ୍ ଆରୋହୀ ବାପା ମୃତ ଏବଂ ପୁଅ ଗୁରୁତର । ଆହତ ପୁଅକୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି । ଘଟଣାସ୍ଥଳରେ ତଦନ୍ତ କରୁଛି ଖଣ୍ଡଗିରି ଥାନା ପୁଲିସ ।
ସୂଚନା ଅନୁଯାୟୀ, ବାପା-ପୁଅ ଦୁଇଜଣ ବାଇକରେ ଯାଉଥିବା ବେଳେ ପଛରୁ ଯାତ୍ରୀବାହୀ ବସ୍ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ବାପାଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଅକୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି ।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା ଏକ ସରକାରୀ ବସ୍ ଖଣ୍ଡଗିରି ଓଭର ବ୍ରିଜରେ ନିୟନ୍ତ୍ରଣ ହରାଇ ଏକ ବାଇକକୁ ପଛରୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣା ସକାଳ ପ୍ରାୟ ୭.୪୦ରୁ ୭.୫୦ମିନିଟ୍ ମଧ୍ୟରେ ଘଟିଛି । ଅନ୍ୟପଟେ ରାଜଧାନୀରେ ଦୁର୍ଘଟଣା ସଂଖ୍ୟା ବୃଦ୍ଧି ପାଉଥିବାରୁ ଜନଅସନ୍ତୋଷ ବଢ଼ିବାରେ ଲାଗିଛି ।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ