ଖରାକୁ ନ ଯିବାକୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୫ଦିନରେ ତାତି ୪ ଡିଗ୍ରୀ ଯାଏ ବଢ଼ିପାରେ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଭୀଷଣ ଗରମ ଓ ଗୁଳୁଗୁଳି ହୋଇପାରେ। ରାଜ୍ୟରେ ଦିନକୁ ଦିନ ତାତି ବଢୁଥିବାରୁ ଏଥିପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଗ୍ରୀଷ୍ମ ପ୍ରକୋପ ବଢୁଛି । ଏହି ପ୍ରଚଣ୍ଡ ରୌଦ୍ରତାପ ଓ ଗୁଳୁଗୁଳି ସମୟରେ ସାମାନ୍ୟ ଅସାବଧାନତା ବଡ଼ ବିପଦର କାରଣ ହୋଇପାରେ । ସଚେତନ ରହିବା ଓ ପରିସ୍ଥିତିର ମୁକାବିଲା କରିବା ଆମ ସମସ୍ତଙ୍କ ଦାୟିତ୍ୱ । ଶୋଷ ନ ଲାଗିଲେ ବି ପ୍ରତି ଅଧଘଣ୍ଟାରେ ପାଣି ପିଇବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ଅତି ଜରୁରୀ କାମ ନଥିଲେ ଖରା ସମୟରେ ବାହାରକୁ ନ ଯିବାକୁ ଅପିଲ୍ କରିଛନ୍ତି । ବାହାରକୁ ଯାଉଥିଲେ ସାଙ୍ଗରେ ପାଣି ବୋତଲ, ଓଦା ଗାମୁଛା, ଟୋପି ବା ଛତା ନିଅନ୍ତୁ । ଶିଶୁ, ଗର୍ଭବତୀ ମହିଳା ଓ ବରିଷ୍ଠ ନାଗରିକ ଏହି ସମୟରେ ସୁରକ୍ଷିତ ଭାବେ ଘରେ ରୁହନ୍ତୁ । ଅତ୍ୟଧିକ ଦେହ ଦରଜ ହେବା, ଚମଡ଼ା ଶୁଖିଯିବା, ପରିସ୍ରା କମିବା, ମୁଣ୍ଡ ଝିମଝିମ ହେବା ଭଳି ଲକ୍ଷଣ ଦେଖା ଦେଲେ ଅପେକ୍ଷା ନକରି ତୁରନ୍ତ ପାଖ ସ୍ୱାସ୍ଥ୍ୟ କେନ୍ଦ୍ର ବା ଆମ୍ବୁଲାନ୍ସର ସହାୟତା ନେବାକୁ ପରାମର୍ଶ ଦେଇଛନ୍ତି ।

ପ୍ରଚଣ୍ଡ ତାତିରେ କାମ କରୁଥିବା ଶ୍ରମିକଙ୍କ ପ୍ରତି ସହାନୁଭୂତି ଦେଖାଇ ଏ ସମୟରେ କାମ ନ କରାଇବାକୁ ଆହ୍ୱାନ କରିଛନ୍ତି । ମାନବିକତା ଓ ଜୀବୋଦୟା ଆମ ଓଡ଼ିଆ ସଂସ୍କୃତିର ଶ୍ରେଷ୍ଠ ପରିଚୟ । ପଥଚାରୀଙ୍କ ପାଇଁ ଜଳ ସେବା କରିବା, ନିଜ ଘର ବାହାରେ ବା ଗଛ ଛାଇରେ ମାଟି ପାତ୍ରରେ ପାଣି ରଖି ପଶୁପକ୍ଷୀଙ୍କ ଜୀବନ ରକ୍ଷା କରିବାକୁ ମଧ୍ୟ ଅନୁରୋଧ କରିଛନ୍ତି ।ମଙ୍ଗଳବାର କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ରହିଛି ।

ବୁଧବାର ଓ ଗୁରୁବାର ମଧ୍ୟ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ବହୁ ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ଆଶଙ୍କା ଅଛି । ସୋମବାର ଖୋର୍ଦ୍ଧାରେ ଦିନ ତାପମାତ୍ରା ସର୍ବାଧିକ ୪୧ ଡିଗ୍ରୀ ରେକର୍ଡ ହୋଇଥିଲା । ବୌଦ୍ଧରେ ୪୦.୭, ତାଳଚେରରେ ୪୦.୫, ନୟାଗଡ଼ରେ ୪୦.୨ ଡିଗ୍ରୀ ରେକର୍ଡ ହୋଇଥିଲା

  • Related Posts

    ହାଇଓ୍ବାକୁ ପଛରୁ ପିଟିଲା କାର୍, ୨ ମୃତ

    କଳାହାଣ୍ଡି: କଳାହାଣ୍ଡି ଜିଲା ଭବାନୀପାଟଣା ବାଇପାସ ରାସ୍ତାରେ ଭୟଙ୍କର ଦୁର୍ଘଟଣା। ବିଳମ୍ବିତ ରାତି ରାସ୍ତାରେ ଠିଆ ହୋଇଥିବା ହାଇଓ୍ବାକୁ ପଛରୁ ପିଟିଲା ଦ୍ରୁତଗାମୀ ବିଏମ୍ଡବ୍ଲୁ କାର୍। ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଚାଲିଗଲା ୨ ଜଣଙ୍କ ଜୀବନ। ମୃତକ ହରିୟାଣାର ବୋଲି ଜଣାପଡିଛି।…

    Continue reading
    ଓଏଏସ୍ ପ୍ରେମିକ ଭୀମ୍‌ସେନ ଟୁଡୁ ଗିରଫ

    କଟକ/ବାରଙ୍ଗ: ବାଲେଶ୍ୱର ମେଡିକାଲ୍ କଲେଜ ଛାତ୍ରୀ ମୟୂରଭଞ୍ଜର ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍ଙ୍କ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ଓଏଏସ୍ ପ୍ରେମିକ ଭୀମ୍‌ସେନ ଟୁଡୁ ଗିରଫ। ତେବେ କେଉଁ ପରିସ୍ଥିତି ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟିଥିଲା। ଚନ୍ଦ୍ରିକା ମୃତ୍ୟୁ କଣ ରହସ୍ୟ ? ଚନ୍ଦ୍ରିକାଙ୍କୁ ମାନସିକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ