ଖରାପ ରାସ୍ତାର ତୁରନ୍ତ ମରାମତି ପାଇଁ ପୃଥ୍ୱୀରାଜଙ୍କ ନିର୍ଦ୍ଦେଶ

• ନିୟମିତ କ୍ଷେତ୍ର ପର୍ଯ୍ୟବେକ୍ଷଣ ଏବଂ ନିର୍ମାଣ କାର୍ଯ୍ୟ ତଦାରଖ ନେଇ ସବୁ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ

• କାର୍ଯ୍ୟରେ ଅବହେଳା କଲେ ଅଧିକାରୀଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ

• ଟେଣ୍ଡର ପ୍ରକ୍ରିୟାକୁ ଅଧିକ ତ୍ୱରିତ ଓ ସ୍ୱଚ୍ଛ କରିବା ନେଇ ଆଲୋଚନା

ଭୁବନେଶ୍ୱର ୩୦.୦୯.୨୦୨୬
ଚଳିତ ବର୍ଷ ହୋଇଥିବା ବ୍ୟାପକ ବର୍ଷା ଯୋଗୁଁ ରାଜ୍ୟର ଅନେକ ରାସ୍ତାଘାଟ ଖରାପ ପରିସ୍ଥିତିକୁ ଚାଲିଆସିଛି । ଏପରିକି ଭୂସ୍ଖଳନ ଏବଂ ବନ୍ୟା ପରିସ୍ଥିତି ଯୋଗୁଁ ବହୁ ରାସ୍ତା ନଷ୍ଟ ହେବା ସହ ଧୋଇ ଯାଇଛି । ତେବେ ଏହି ପରିସ୍ଥିତିର ଦୃଢ଼ ମୁକାବିଲା କରିବା ଏବଂ ନଷ୍ଟ ହୋଇଯାଇଥିବା ରାସ୍ତାର ତୁରନ୍ତ ମରାମତି ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ନଖରା-ନିଆଳି ରାସ୍ତା, ଅଡ଼ଶପୁର-ଜଗତସିଂହପୁର ରାସ୍ତା, କଳିଙ୍ଗା ଘାଟି ରାସ୍ତା ସମେତ କୋରାପୁଟ, ଭଦ୍ରକ, ବାଲେଶ୍ୱର, କଟକ ଟାଉନ୍‌, ଗଞ୍ଜାମ, ସମ୍ବଲପୁର, କେଉଁଝର, ପାରାଦୀପ ଆଦି ରାଜ୍ୟର ବିଭିନ୍ନ ଅଞ୍ଚଳରେ କ୍ଷତିଗ୍ରସ୍ତ ହୋଇଥିବା ରାସ୍ତାର ମରାମତି ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସମୀକ୍ଷା କରିଥିଲେ । ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି ଅନୁଯାୟୀ ରାଜ୍ୟବାସୀଙ୍କୁ ଉତ୍ତମ ସଡ଼କ ପଥ ଯୋଗାଇ ଦେବା ଆମର ନୈତିକ ଦାୟିତ୍ୱ ଏବଂ ଏଥିରେ କୌଣସି ପ୍ରକାର ସାଲିସ୍‌ ବରଦାସ୍ତ କରାଯିବ ନାହିଁ ବୋଲି ମନ୍ତ୍ରୀ କହିଥିଲେ । ଏଥି ସହିତ ରାଜ୍ୟର କିଛି ସ୍ଥାନରେ ରାସ୍ତାର ସ୍ଥିତି ଖରାପ ହୋଇଥିବା ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହୋଇଛି । ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ତୁରନ୍ତ ଏହି ରାସ୍ତାର ମରାମତି ଶେଷ କରିବାକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିର୍ଦ୍ଦେଶ ଦେଇଛନ୍ତି ।

ଏଥି ସହିତ ସର୍ବୋଚ୍ଚ ଯନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ମୁଖ୍ୟଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀ ଏବଂ କନିଷ୍ଠ ଯନ୍ତ୍ରୀମାନେ ନିୟମିତ ଭାବେ ନିଜ ଅଧିନରେ ଥିବା ରାସ୍ତାର ସ୍ଥିତି ଯାଞ୍ଚ କରି ପ୍ରତି ୧୫ ଦିନରେ ରିପୋର୍ଟ ପ୍ରଦାନ କରିବେ । ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ଉପସ୍ଥିତ ରହି କାର୍ଯ୍ୟର ଗୁଣବତ୍ତା ଯାଞ୍ଚ କରିବେ ।

ଏଥି ସହିତ କାର୍ଯ୍ୟର ଗୁଣବତ୍ତା କ୍ଷେତ୍ରରେ ଖରାପ ପ୍ରଦର୍ଶନ କରୁଥିବା ଠିକା ସଂସ୍ଥା ଉପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ବିଭାଗୀୟ ଅଧିକାରୀ ତଥା ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ଟେଣ୍ଡର ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ ଏବଂ ତ୍ୱରିତ ଗତିରେ ଆଗେଇ ନେବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ପରାମର୍ଶ ଦେବା ସହ ୱIମିସ୍‌ ସଫଫେୱୟାରକୁ ଅଧିକ ଦକ୍ଷ ଓ ଉପଯୋଗୀ କରିବା ପାଇଁ ବିଭିନ୍ନ ଉପକ୍ରମ ଯୋଡ଼ିବା ଉପରେ ଆଲୋଚନା କରିଥିଲେ । ଫାଇଲ୍‌ ପ୍ରକ୍ରିୟା ଯେପରି ଅଯଥା ବିଳମ୍ବିତ ନହେବ, ସେ ନେଇ ଅଧିକାରୀମାନେ ଧ୍ୟାନ ଦେବାକୁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ପରାମର୍ଶ ଦେଇଥିଲେ ।

ବୈଠକରେ ଇଆଇସି ତଥା ସ୍ୱତନ୍ତ୍ର ଶାସନ ସଚିବ ଇଂ ସମୀର ହୋତା, ସର୍ବୋଚ୍ଚ ଯନ୍ତ୍ରୀ (ସିଭିଲ୍‌) ଇଂ ସତ୍ୟବ୍ରତ ବେହେରା, ବିତ୍ତ ପରାମର୍ଶଦାତା ତଥା ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ରତୀକାନ୍ତ ମହାପାତ୍ରଙ୍କ, ଅତିରିକ୍ତ ଶାସନ ସଚିବ ଶ୍ରୀ ଦୀପକ ରଞ୍ଜନ ଦାସ ଓ ଶ୍ରୀ ପ୍ରଦୀପ କୁମାର ସାହୁଙ୍କ ସମେତ ବିଭିନ୍ନ ଜୋନ୍‌ର ମୁଖ୍ୟଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀମାନେ ଉଭୟ ପ୍ରତ୍ୟକ୍ଷ ଓ ଆଭାସି ମାଧ୍ୟମରେ ଯୋଗଦେଇଥିଲେ ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ