ଖାଇବା ପୂର୍ବରୁ ଦୁଇ ପାଖୁଡ଼ା ରସୁଣର ଫାଇଦା: ଜାଣନ୍ତୁ

ରସୁଣର ଅନେକ ଔଷଧୀୟ ଗୁଣ ରହିଛି। ଏହାକୁ ଖାଇବା ଦ୍ୱାରା ଏକାଧିକ ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯାଏ ବୋଲି ବିବେଚନା କରାଯାଏ। କିନ୍ତୁ ଜାଣିଲେ ଆଶ୍ଚର୍ଯ୍ୟ ହେବେ, ଖାଇବା ପୂର୍ବରୁ କିମ୍ବା ଖାଦ୍ୟ ସହିତ ଯଦି ଦୁଇ ପାଖୁଡ଼ା ରସୁଣ ଖାଆନ୍ତି, ତେବେ ଅନେକ ଗମ୍ଭୀର ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇପାରେ। ଏହା ଦ୍ୱାରା କି କି ଫାଇଦା ମିଳିଥାଏ, ଜାଣନ୍ତୁ…

ରକ୍ତଚାପ ଏବଂ କୋଲେଷ୍ଟ୍ରଲ ନିୟନ୍ତ୍ରଣ- ଖାଇବା ପୂର୍ବରୁ ରସୁଣ ଖାଇବା ଦ୍ୱାରା ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ ହୋଇପାରେ। ଏଥିରେ ସଲଫାଇଟ୍ ଯୌଗିକ ଥାଏ, ଯାହା ବିପି ଏବଂ କୋଲେଷ୍ଟ୍ରଲ ସ୍ତରକୁ ହ୍ରାସ କରିଥାଏ। ଏହା ଦ୍ୱାରା ହୃଦୟ ସମ୍ବନ୍ଧୀୟ ସମସ୍ୟା ମଧ୍ୟ ହ୍ରାସ ହୋଇପାରେ।

ସଂକ୍ରମଣରୁ ରକ୍ଷା କରେ- ରସୁଣରେ ପ୍ରାକୃତିକ ଆଣ୍ଟିବାୟୋଟିକ୍ ଗୁଣ ଥାଏ, ଯାହା ବିଭିନ୍ନ ସଂକ୍ରମଣର ମୁକାବିଲା କରିବାରେ ସାହାଯ୍ୟ କରିଥାଏ। ରସୁଣ ଖାଇବା ଦ୍ୱାରା ଥଣ୍ଡା ଏବଂ କାଶ ସମସ୍ୟାରୁ ମଧ୍ୟ ମୁକ୍ତି ମିଳିଥାଏ।

ଯେଉଁମାନେ ଆର୍ଥ୍ରାଇଟିସରେ ପୀଡିତ ସେମାନେ ଖାଇବା ପୂର୍ବରୁ ଦୁଇ ପାଖୁଡ଼ା ରସୁଣ ଖାଇବା ଦ୍ୱାରା ଗଣ୍ଠି ଯନ୍ତ୍ରଣା ଦୂର ହୋଇଥାଏ।

ରସୁଣରେ ଅନେକ ପୋଷକ ତତ୍ତ୍ୱ ରହିଥାଏ, ଯାହା ହଜମକାରୀ ଏନଜାଇମର ଉତ୍ପାଦନକୁ ବଢାଇଥାଏ। ରସୁଣ ଖାଇବା ଦ୍ୱାରା ହଜମ ଭଲ ହୋଇଥାଏ।

– ଯଦି ପ୍ରତିରକ୍ଷା ପ୍ରଣାଳୀ ଦୁର୍ବଳ, ତେବେ ଖାଇବା ପୂର୍ବରୁ ଦୁଇ ପାଖୁଡ଼ା ରସୁଣ ନିଶ୍ଚିତ ରୂପେ ଖାଆନ୍ତୁ। ରସୁଣରେ ଭିଟାମିନ୍ ଏବଂ ମିନେରାଲ୍ସ ଭରପୂର ଥାଏ, ଯେଉଁଥିପାଇଁ ରୋଗ ପ୍ରତିରୋଧକ ଶକ୍ତି ମଜବୁତ ହୁଏ।

  • Related Posts

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସମ୍ବଲପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସାମ୍ପ୍ରତିକ ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ଅଧ୍ୟାୟରେ ଓଡ଼ିଶାର ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ବିଶେଷ ଭାବେ ପ୍ରଶଂସା କରିଛନ୍ତି। ଜଣେ ସାଧାରଣ ଗୃହିଣୀ ରୂପରେ ଜୀବନ ଆରମ୍ଭ କରିଥିବା ସୁଜାତା ପରିବାରକୁ ଅଧିକ…

    Continue reading
    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଭୁବନେଶ୍ଵର, ୨୪/୦୩/୨୦୨୬: ଆଜି ପୂର୍ବାହ୍ନ ଭୁବନେଶ୍ୱର ଲକ୍ଷ୍ମୀସାଗର ସ୍ଥିତ ମହିଳା ଓ ଶିଶୁ ପ୍ରତିଷ୍ଠାନ ସମ୍ମିଳିନୀ କକ୍ଷରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଆନୁକୁଲ୍ୟରେ ସାଇବର ଅପରାଧରୁ ମହିଳା ମାନଙ୍କ ସୁରକ୍ଷା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ