ଖୁବଶୀଘ୍ର ଡିସଚାର୍ଜ ହେବେ ନବୀନ: ବିଜେଡି

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରବିବାର ସନ୍ଧ୍ୟାରେ ଅସୁସ୍ଥତା କାରଣରୁ ଭୁବନେଶ୍ବର ସମ୍ ଅଲ୍ଟିମେଟ ମେଡିକେୟାରରେ ଭର୍ତ୍ତି ହୋଇଥିଲେ। ତେବେ ବର୍ତ୍ତମାନ ସେ ସଂପୂର୍ଣ୍ଣ ସୁସ୍ଥ ଥିବା ନେଇ ସୂଚନା ମିଳିଛି। ବିଜେଡି ପକ୍ଷରୁ ନବୀନଙ୍କ ଏକ ଭିଡିଓ ଜାରି କରାଯାଇଛି। ଯେଉଁଥିରେ ନବୀନ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ସେ ସୁସ୍ଥ ଅନୁଭବ କରୁଥିବା କହୁଛନ୍ତି। ସେପଟେ ବିଜେଡି ନେତା ସଞ୍ଜୟ ଦାସ ବର୍ମା ଏବଂ ବିଭୂତି ଭୂଷଣ ବଳବନ୍ତରାୟଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ସେ ଖୁବଶୀଘ୍ର ଡିସ୍‌ଚାର୍ଜ ହେବେ।

ସୂଚନାଥାଉକି, ଡିହାଇଡ୍ରେସନ ହେତୁ ରବିବାର ସନ୍ଧ୍ୟା ୫ଟା ୧୫ ମିନିଟ୍‌ରେ ନବୀନଙ୍କୁ ସମ୍ ଅଲ୍ଟିମେଟ୍ ମେଡିକେୟାର୍ରେ ଭର୍ତ୍ତି କରାଯାଇଥିଲା। ନବୀନଙ୍କ ଅସୁସ୍ଥ ଖବର ଆସିବା ପରେ ଦଳୀୟ ନେତା ଓ କର୍ମୀମାନେ ତାଙ୍କ ସୁସ୍ଥ କାମନା କରିଥିଲେ। ରାଜ୍ୟପାଳ ହରିବାବୁ କମ୍ଭମପାଟି, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।
ନବୀନଙ୍କ ସ୍ଵାସ୍ଥ୍ୟ ଖରାପ ଶୁଣିବା ପରେ ଭୁବନେଶ୍ଵର ମହାନଗର ନିଗମ(ବିଏମସି) ମେୟର ସୁଲୋଚନା ଦାସ, ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ, ବିଜେଡି ସରକାରରେ ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ଜଟଣୀ ବିଧାୟକ ବିଭୂତି ଭୂଷଣ ବଳବନ୍ତରାୟ, ବରି ବିଧାୟକ ବିଶ୍ଵରଂଜନ ମଲ୍ଲିକ, ସ୍ଵରୂପ ଦାସ, ପ୍ରମୁଖ ନବୀନଙ୍କୁ ଭେଟିଛନ୍ତି ସୁସ୍ଥ କାମନା କରିଛନ୍ତି।ପୂର୍ବରୁ ସର୍ଭାଇକାଲ୍ ଆର୍ଥରାଇଟିସ୍‌ର ଚିକିତ୍ସା ପାଇଁ ଜୁନ ୨୦ ତାରିଖରେ ମୁମ୍ବାଇ ଯାଇଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମୁମ୍ବାଇ ସ୍ଥିତ କୋକିଳା ବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରେ ଜୁନ ୨୨ରେ ତାଙ୍କର ସର୍ଭାଇକାଲ୍ ଆର୍ଥରାଇଟିସ୍‌ର ସଫଳ ଅସ୍ତ୍ରୋପଚାର ହୋଇଥିଲା। ମେଡିକାଲ୍‌ରେ ଅବଜରଭେସନରେ ରହିବା ପରେ ଜୁଲାଇ ୭ରେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିଲେ। ମେଡିକାଲରେ ଥିବା ସମୟରେ ବିଜେଡିର ଏକ ଟିମ୍ ତାଙ୍କୁ ଦେଖିବା ପାଇଁ ମୁମ୍ବାଇ ଯାତ୍ରା କରିଥିଲେ। ଏହା ପରେ ଜୁଲାଇ ୧୨ରେ ଭୁବନେଶ୍ଵର ଫେରିଥିଲେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ