ଖୁବଶୀଘ୍ର ରାଜ୍ୟରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫଙ୍କୁ ନିଯୁକ୍ତି ଦିଆଯିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,19।08:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟର ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ବିଷୟରେ ଆଲୋଚନା କରି ରାଜ୍ୟରେ ଖାଲି ପଡିଥିବା ବିଭିନ୍ନ ଡାକ୍ତର ପଦବୀ ଓ ପ୍ରଫେସର ପଦବୀ ପୂରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ବୈଠକର ଆଲୋଚନାରୁ ଜଣା ଯାଇଛିଯେ, ଖୁବ ଶୀଘ୍ର ରାଜ୍ୟରେ ୧୮୪୦ ଡାକ୍ତର ତଥା ମେଡିକାଲ ଅଫିସର ନିଯୁକ୍ତି ପାଇବେ ଏବଂ ଆହୁରି ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ମଧ୍ୟ ନିଯୁକ୍ତି ପାଇବେ। ରାଜ୍ୟର ସମସ୍ତ ସ୍ଥାନରେ ଉପଯୁକ୍ତ ସଂଖ୍ୟାରେ ମେଡିକାଲ ଅଫିସର ନିଯୁକ୍ତି ନିମନ୍ତେ ସୁବ୍ୟବସ୍ଥାକରଣ (rationalisation) ପ୍ରକ୍ରିୟା କରାଯିବା ସହିତ ଆଦିବାସୀ ଅଧୁଷିତ ଅଂଚଳ ମାନଙ୍କରେ ଅଧିକରୁ ଅଧିକ ଡାକ୍ତର ନିଯୁକ୍ତି ପ୍ରଦାନ କରିବା ପାଇଁ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବିଭିନ୍ନ ମେଡିକାଲ କଲେଜରେ ଖାଲି ପଡିଥିବା ଆସିଷ୍ଟାଣ୍ଟ ପ୍ରଫେସର, ଆଷୋସିଏଟ ପ୍ରଫେସର ଏବଂ ପ୍ରଫେସର ପଦବୀ ଖୁବ ଶୀଘ୍ର ରାଜ୍ୟ ସରକାର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ବିଭିନ୍ନ ମେଡିକାଲ କଲେଜରେ ପି.ଜି. ସିଟ ସଂଖ୍ୟା ବୃଦ୍ଧି, ମେଡିକାଲ କଲେଜର ଭିତ୍ତିଭୂମି ବିକାଶ, ସ୍ୱାସ୍ଥ୍ୟ ସେବା ଛଡା ଅନ୍ୟାନ୍ୟ ଆବଶ୍ୟକୀୟ ପଦବୀ ପୂରଣ ଓ ଟେକ୍ନିକାଲ ଷ୍ଟାଫଙ୍କ ନିଯୁକ୍ତି ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀ ଉକ୍ତ ବୈଠକରେ ଆଲୋଚନା କରି ଏଥି ନିମନ୍ତେ ବିଭାଗୀୟ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରତ୍ୟେକ ଦୁର୍ଘଟଣା ପ୍ରବଣ ଅଂଚଳରେ Integrated Trauma Care Centre ସ୍ଥାପନ ପାଇଁ ଗୁରୁତ୍ୱ ଦେବା, ଯେଉଁ ସ୍ଥାନକୁ ଡାକ୍ତର ମାନେ ଯିବାପାଇଁ ଅରାଜି ହେଉଛନ୍ତି ସେହି ସ୍ଥାନ ମାନଙ୍କରେ ଡାକ୍ତରଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି କରିବା ଏବଂ ଆୟୁଷ ଡାକ୍ତରଙ୍କ ବିଭିନ୍ନ ସମସ୍ୟା ବିଷୟରେ ଏହି ଆଲୋଚନା ହୋଇଥିଲା।
ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଡାକ୍ତରଙ୍କ ସମସ୍ୟା, ନିଯୁକ୍ତି, ବେତନ, ମେଡିକାଲ ଶିକ୍ଷାରେ ସିଟ ବୃଦ୍ଧି ଭଳି ବିଭିନ୍ନ ବିଷୟ ଉପରେ ଆଲୋଚନା କରି ଉପଯୁକ୍ତ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଅବସରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୀବ ମିଶ୍ର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ସ୍ୱାସ୍ଥ୍ୟ ବିଭାଗ କମିଶନର ତଥା ସଚିବ, ଅଶ୍ୱଥି ଏସ, ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଡଃ ବୃନ୍ଦା ଡ଼ି, ଓଡିଶା ଷ୍ଟେଟ୍ ମେଡିକାଲ୍ କର୍ପୋରେସନ୍ ଲିମିଟେଡ୍ ର ପରିଚାଳନା ନିର୍ଦ୍ଦେଶିକା ଡଃ ପୋମା ଟୁଡୁ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ ।

  • Related Posts

    ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

    ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…

    Continue reading
    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ