ଖୁବ୍ ଶୀଘ୍ର ଚାଲିବ ନୂଆ ପୁରୀ-କୋରାପୁଟ ଏକ୍ସପ୍ରେସ

ଭୁବନେଶ୍ୱର: ପୁରୀରୁ କୋରାପୁଟକୁ ଖୁବ୍ ଶୀଘ୍ର ଚାଲିବ ଏକ ନୂଆ ଏକ୍ସପ୍ରେସ୍ ଟ୍ରେନ। କେନ୍ଦ୍ର ରେଳ ମନ୍ତ୍ରାଳୟ ଏହାକୁ ଅନୁମୋଦନ ଦେଇଛନ୍ତି। ଏହି ନୂତନ ଟ୍ରେନ ଚଳାଚଳ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଇଛନ୍ତି।

ଏହି ଟ୍ରେନଟି ପୁରୀରୁ ସମ୍ବଲପୁର ଦେଇ କୋରାପୁଟ ଯିବ। ଏହି ନୂଆ ଟ୍ରେନ ଯୋଗୁଁ ପୂର୍ବ, ପଶ୍ଚିମ ଓ ଦକ୍ଷିଣ ଓଡିଶାର ରେଳ ଯୋଗାଯୋଗ ବ୍ୟବସ୍ଥା ଆହୁରି ସୁଦୃଢ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୋରାପୁଟ ଓ ସମ୍ବଲପୁର ଅଞ୍ଚଳରୁ ପୁରୀକୁ ଅଧିକ ତୀର୍ଥଯାତ୍ରୀ ମଧ୍ୟ ଆସିପାରିବେ।

ଏହି ଟ୍ରେନ ସପ୍ତାହକୁ ତିନି ଥର ଚାଲିବ। ଟ୍ରେନ ନମ୍ବର ୧୮୪୦୭ ପୁରୀରୁ ସୋମବାର, ଗୁରୁବାର ଓ ଶନିବାର ଏବଂ ଟ୍ରେନ ନମ୍ବର ୧୮୪୦୮ କୋରାପୁଟରୁ ମଙ୍ଗଳବାର, ଶୁକ୍ରବାର ଓ ରବିବାର ଦିନ ବାହାରିବ।

ଏହି ଟ୍ରେନରେ ୧୯ଟି ଷ୍ଟପେଜ୍ ରହିବ। ଏହି ଷ୍ଟପେଜ୍ ଗୁଡିକ ହେଲା- ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, ନରାଜ-ମାର୍ଥାପୁର, ଢେଙ୍କାନାଳ, ତାଳଚେର ରୋଡ୍, ଅନୁଗୋଳ, ବଇଣ୍ଡା, ରେଢାଖୋଲ, ସମ୍ବଲପୁର, ବରଗଡ ରୋଡ୍, ବଲାଙ୍ଗିର, ଟିଟିଲାଗଡ, କେସିଙ୍ଗା, ମୁନିଗୁଡା, ରାୟଗଡା, ଟିକିରି, ଲକ୍ଷ୍ମୀପୁର ରୋଡ୍, କିକିରିଗୁମା ଓ ଦାମନଯୋଡି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ