ଖୋର୍ଦ୍ଧାକୁ ବ୍ୟାପିଲା ବାର୍ଡ ଫ୍ଲୁ

ଖୋର୍ଦ୍ଧା: ବାର୍ଡ ଫ୍ଲୁ ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରୁ ଖୋର୍ଦ୍ଧା ଜିଲାକୁ ବ୍ୟାପିଛି। ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ କୁକୁଡ଼ା ମଡ଼କ ଦେଖାଯାଉଛି। ଜଙ୍କିଆ ଅଞ୍ଚଳରୁ ସଂଗୃହୀତ ନମୁନାରେ ବାର୍ଡ଼ ଫ୍ଲୁ ଭୂତାଣୁ ଥିବା ଜଣାପଡ଼ିବା ପରେ ଗୁରୁବାର ସେଠାରେ ସମୂହ କୁକୁଡ଼ା ନିପାତ ଅଭିଯାନ ଆରମ୍ଭ ହୋଇଛି। ମୁଣ୍ଡାଆମ୍ବରେ ଥିବା ପୁଷ୍ପାଞ୍ଜଳି ରାଉତରାୟଙ୍କ ଫାର୍ମରୁ ଗୁରୁବାର ୪୫୦୭ କୁକୁଡ଼ା ମରାଯାଇଥିବା ଖୋର୍ଦ୍ଧା ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କ କାର୍ୟ୍ୟାଳୟରୁ ସୂଚନା ଦିଆଯାଇଛି। କୁକୁଡ଼ା ମାରିବାକୁ କନ୍ଧମାଳରୁ ୩ ଓ ଢେଙ୍କାନାଳରୁ ୨ଟି ରାପିଡ୍‌ ରେସ୍‌ପନ୍ସ ଟିମ୍ ଆସିଛନ୍ତି। ପ୍ରତି ଟିମ୍‌ରେ ଜଣେ ପ୍ରାଣୀ ଚିକିତ୍ସକ, ଜଣେ ପ୍ରାଣୀଧନ ନିରୀକ୍ଷକଙ୍କ ସହ ସହାୟକ ଅଛନ୍ତି। ମୃତ କୁକୁଡ଼ାଙ୍କୁ ଫାର୍ମ ପରିସରରେ ଗାତ ଖୋଳି ପୋତି ଦିଆଯାଇଛି। ଶୁକ୍ରବାର ମୁଣ୍ଡାଆମ୍ବଠାରୁ ଏକ କିମି ମଧ୍ୟରେ ଥିବା ସମସ୍ତ କୁକୁଡ଼ାଙ୍କୁ ନିପାତ କରାଯିବ। ବାର୍ଡ ଫ୍ଲୁ ସଂକ୍ରମଣ ଚିହ୍ନଟ ପାଇଁ ଜିଲା ପ୍ରାଣୀ ଚିକିତ୍ସା ବିଭାଗ ତତ୍ପରତା ଦେଖାଇଛି। ପୂର୍ବରୁ ଖୋର୍ଦ୍ଧା ଜିଲାର ବିଭିନ୍ନ ଅଞ୍ଚଳରୁ କୁକୁଡ଼ାଙ୍କର ମଳ ନମୁନା ସଂଗ୍ରହ କରି ଫୁଲନଖରା ସ୍ଥିତ ରାଜ୍ୟ ଲାବୋରେଟୋରୀକୁ ପଠାଯାଇଥିଲା। ଏଠାରୁ ବାର୍ଡ ଫ୍ଲୁ ସନ୍ଦେହ ହେବାରୁ ଭୋପାଳ ଲାବୋରେଟୋରୀକୁ ନମୁନା ପଠାଯାଇଥିଲା। ମୁଣ୍ଡାଆମ୍ବରେ ବାର୍ଡ଼ ଫ୍ଲୁ ଭୂତାଣୁ ଜଣାପଡ଼ିବା ପରେ ଗୁରୁବାର ଜିଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା। ନିଷ୍ପତ୍ତି ଅନୁଯାୟୀ କୁକୁଡ଼ାମରା ଅଭିଯାନ ଆରମ୍ଭ ହୋଇଛି। ଜିଲାରେ ୧୧୦୦ଟି ଫାର୍ମ ଥିବାରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଯେଉଁଠାରେ ସରକାର କୁକୁଡ଼ା ମାରିବେ ଚାଷୀକୁ ଅନୁକମ୍ପାମୂଳକ ସହାୟତା ଦିଆଯିବ ବୋଲି ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ରବୀନ୍ଦ୍ର ପଟ୍ଟନାୟକ କହିଛନ୍ତି।

  • Garvita Odia

    Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ଯୁବ ଜେଆରଏ

    ଭୁବନେଶ୍ୱର: ଆଜି ଜଣେ ଲାଞ୍ଚୁଆ ଯୁବ ସରକାରୀ କର୍ମଚାରୀଙ୍କୁ ଧରିଛି ଭିଜିଲାନ୍ସ। ତାଙ୍କ ନାଁ ସୌରଭ ତ୍ରିପାଠୀ।ଗିରଫ ଶ୍ରୀ ତ୍ରିପାଠୀ ଭୁବନେଶ୍ୱର ଉପଜିଲ୍ଲାପାଳ ଅଫିସରେ ଜୁନିଅର୍ ରେଭେନ୍ୟୁ ଆସିଷ୍ଟାଣ୍ଟ (JRA) ଭାବେ ନିଯୁକ୍ତ ହୋଇଛନ୍ତି।ଏକ ସାର୍ଟିଫିକେଟ୍‌ ମାମଲା ଦୀର୍ଘଦିନରୁ ପଡ଼ି ରହିଥିବା…

    ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା। ବୟନ ଶିଳ୍ପ ଶ୍ରମିକ ମାନଙ୍କ ମଜୁରୀ ଭତ୍ତା ହଜାରେ ଟଙ୍କା ଲେଖାଏଁ ବୃଦ୍ଧି କରାଯାଇଛି। ମହିଳା ଶ୍ରମିକଙ୍କ ମଜୁରୀ ଭତ୍ତା ୬ ହଜାର ଟଙ୍କାରୁ ୭ ହଜାର ଟଙ୍କା ହୋଇଥିବାବେଳେ…

    Leave a Reply

    Your email address will not be published. Required fields are marked *

    You Missed

    ମନ୍ତ୍ରୀମାନଙ୍କୁ ସିଏମ ମାଗିଲେ ପରଫର୍ମାନ୍ସ ରିପୋର୍ଟ

    ମନ୍ତ୍ରୀମାନଙ୍କୁ ସିଏମ ମାଗିଲେ  ପରଫର୍ମାନ୍ସ ରିପୋର୍ଟ

    ଲାଞ୍ଚ ନେଇ ଧରାପଡ଼ିଲେ ଯୁବ ଜେଆରଏ

    ଲାଞ୍ଚ ନେଇ ଧରାପଡ଼ିଲେ ଯୁବ ଜେଆରଏ

    ଅଶ୍ଳୀଳ କଣ୍ଟେଣ୍ଟ: ବ୍ୟାନ ହେଲା ୨୫ଟି ଭିଡିଓ ପ୍ଲାଟଫର୍ମ

    ଅଶ୍ଳୀଳ କଣ୍ଟେଣ୍ଟ: ବ୍ୟାନ ହେଲା ୨୫ଟି ଭିଡିଓ ପ୍ଲାଟଫର୍ମ

    ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା

    ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା

    ଦୀର୍ଘ ସମୟ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବାରେ ଇନ୍ଦିରା ଗାନ୍ଧିଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    ଦୀର୍ଘ ସମୟ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବାରେ ଇନ୍ଦିରା ଗାନ୍ଧିଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ

    ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ