ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌

ହୀରାକୁଦ : ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଶୁକ୍ରବାର ସକାଳେ ଖୋଲାଯାଇଛି । ବର୍ତ୍ତମାନ ମୋଟ ୧୨ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି । ବାମପଟରେ ୮ଟି ଓ ଡାହାଣ ପଟରେ ୪ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି ।
ସୂଚନାନୁଯାୟୀ, ଗତକାଲି ଅର୍ଥାତ୍‌ ଗୁରୁବାର ସୁଦ୍ଧା ମୋଟ୍ ୮ଟି ଗେଟ୍ ନେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା। ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୩ଟି ସ୍ଲୁଇସ୍ ଗେଟ୍ ଖୋଲାଥିଲା। ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।
ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୧୨ଘଣ୍ଟାରେ ଏହା ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁଇବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ୟ୍ୟନ୍ତ ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ।

  • Related Posts

    ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି

    ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର…

    Continue reading
    ଓସିଏସ ପରୀକ୍ଷା ନିୟମରେ ବଡ଼ ପରିବର୍ତ୍ତନ

    ଏଣିକି ଓଡ଼ିଶା ସିଭିଲ୍ ସର୍ଭିସେସ୍-OCS ପରୀକ୍ଷାରେ ଆଉ ରହିବନି ୬ଟି ସୁଯୋଗ। ଆଶାୟୀମାନେ ସେମାନଙ୍କ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ପରୀକ୍ଷା ଦେଇପାରିବେ। ସାଧାରଣ ବର୍ଗ ପାଇଁ ସର୍ବୋଚ୍ଚ ବୟସସୀମା ୪୨ ବର୍ଷ, ମହିଳା ଓ ସଂରକ୍ଷିତ ବର୍ଗ ପାଇଁ ୪୭ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ