ଗଞ୍ଜାମ ପାଇଁ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

ଦିଗପହଣ୍ଡି: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି । ବ୍ରହ୍ମପୁରରେ ମା’ ବୁଢ଼ୀ ଠାକୁରାଣୀ ଅସ୍ଥାୟୀ ପୀଠରେ ପହଞ୍ଚି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ । ପରେ ଚିକିଟି ଭୀମପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତ ବାର୍ଷିକ ଉତ୍ସବରେ ଯୋଗ ଦେଇଥିଲେ । ବିକଶିତ ଓଡ଼ିଶା ପାଇଁ ଓ ଆମ ସରକାରଙ୍କୁ ମା’ ଶକ୍ତି ଦିଅନ୍ତୁ ବୋଲି ଗୁହାରି କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେପଟେ ଗଞ୍ଜାମ ଜିଲ୍ଲାରେ ଅଧିକ ଶିଳ୍ପ କାରଖାନା ପ୍ରତିଷ୍ଠା ହେବ । ଏଥିପାଇଁ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ । ଲକ୍ଷାଧିକ ପିଲା ନିଯୁକ୍ତି ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଗସ୍ତ ବେଳେ ଚିକିଟି ଭୀମପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଶତ ବାର୍ଷିକ ଉତ୍ସବ ସମାରୋହରେ ଯୋଗ ଦେବା ପରେ କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେପି ଦଳୀୟ କର୍ମୀ ନେତା ବେଶ ଉତ୍ସାହିତ ହୋଇଛନ୍ତି । ଚିକିଟି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ନେଇ ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ ଦୃଷ୍ଟି ଆକର୍ଷଣ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି । ଭୀମପୁର ସ୍କୁଲର ନୂତନ କୋଠା ନିର୍ମାଣ ପାଇଁ ନିର୍ଦ୍ଦେଶ ଦେବା, ଅଭାବ ଶିକ୍ଷକ ପୂରଣ କରିବା, କଳିଙ୍ଗଦୋଳା ଠାରେ ବ୍ୟାରେଜ ନିର୍ମାଣ, ପାତ୍ରପୁରକୁ ଏନଏସି କରିବା, ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଗାଁ ଗୁଡିକରେ ମଧୁର ଜଳ ଯୋଗାଣର ବ୍ୟବସ୍ଥା କରିବା ଭଳି ପ୍ରମୁଖ ସମସ୍ୟାର ସମାଧାନ ଦିଗରେ ମୁଖ୍ୟମନ୍ତ୍ରୀ ପଦକ୍ଷେପ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେଇଥିବାରୁ ବହୁତ ଖୁସି ବୋଲି ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ କହିଛନ୍ତି ।

  • Related Posts

     ଆସନ୍ତା କାଲି ଦେଶର ୭୫୦ ଜିଲ୍ଲା ମୁଖ୍ୟାଳୟରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ଅନୁଷ୍ଠିତ ହେବ

    ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅତ୍ୟନ୍ତ ଗୌରବମୟ ଦିନ: ଶ୍ରୀ ମନମୋହନ ସାମଲ ଭୂବନେଶ୍ୱର, ତା.୦୬/୧୦: ସରକାରଙ୍କ ମୁଖ୍ୟ ଭାବରେ ନିରବଚ୍ଛିନ୍ନ ୨୫ ବର୍ଷର ଗୌରବମୟ ନେତୃତ୍ୱ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟ୍ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ…

    Continue reading
    ଅସ୍ତିତ୍ୱ ହରାଇ ବିଜେଡି ଏବେ ‘ନିର୍ମୂଳୀ ଲତା’ସଦୃଶ

     ଇଣ୍ଡି ମେଂଟ ଓ କଂଗ୍ରେସର ନୈତିକତାର ବଡ଼ ବଡ଼ କଥା କେବଳ ରାଜନୈତିକ ଡ୍ରାମାବାଜି  ବିଜେଡି ଓ ‘ଇଣ୍ଡି’ ମେଂଟର ମଧୁଚନ୍ଦ୍ରିକା ବହୁ ପୁରୁଣା  ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଏବେ ବିଭିନ୍ନ ସାହାରା ଖୋଜୁଛି ବିଜୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ