ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ ଦ୍ୱାରା ପଞ୍ଚାୟତ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରାଯାଇଥିଲା। ଏହି ଅବସରରେ ବରପୁତ୍ରମାନଙ୍କ ସ୍ମୃତି ଚାରଣ କରିବା ସହ ଯୁବ ଶକ୍ତି ଗାଁ ବିକାଶରେ ବ୍ରତୀ ରହିବାକୁ ଶ୍ରୀ ସାମନ୍ତରାୟ ଆହ୍ୱାନ ଦେଇଥିଲେ। ସେହିପରି ସରପଞ୍ଚ ଶ୍ରୀ ଦଳସିଂହରାୟ ତାଙ୍କ ଅଭିଭାଷଣରେ ସ୍ୱାଧୀନତା ଦିବସର ମହତ୍ତ୍ୱ ସଂକ୍ରାନ୍ତରେ ଆଲୋକପାତ କରିବା ସହ ସମୃଦ୍ଧ ଗଡମାଣତୀର ଗଢିବାକୁ ଆହ୍ୱାନ ଦେଇଥିଲେ। ଜେନ-ଜୀଙ୍କ ଦ୍ୱାରା ପତାକା ଉତ୍ତୋଳନ କରିବାର ପ୍ରୟାସ ପାଇଁ ସରପଞ୍ଚଙ୍କୁ ସମସ୍ତେ ସାଧୁବାଦ ଦେଇଥିଲେ। ଏହି ଅବସରରେ ଲୋଚନ ରାଉତରାୟ, ନିବାସ ସୁନ୍ଦରାୟ, ଶ୍ୟାମ ସୁନ୍ଦର ସାହୁ, ନେହେରୁ ରଣସିଂହ, ନିବାସ ପାଇକରାୟ ବଳରାମ ରଣସିଂହ, ଦାଶ ରାଉତରାୟ, କୁଳମଣି ମାନସିଂହ, ଏସଏଚଜି ଗ୍ରୁପର ନେତ୍ରୀମାନେ ଉପସ୍ଥିତ ଥିଲେ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ