ଗନ୍ଧମାର୍ଦ୍ଧନ ପ୍ରସଙ୍ଗ: ବିଧାନସଭାରେ ଏହା କହିଲେ କନକବର୍ଦ୍ଧନ

ଭୁବନେଶ୍ୱର:ଗନ୍ଧମାର୍ଦ୍ଧନ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତିରେ ଝଡ଼ ସୃଷ୍ଟି ହୋଇଥିବାବେଳେ ବୁଧବାର ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ବିବୃତ୍ତି ରଖିଛନ୍ତି ।
ସେ କହିଛନ୍ତି ଯେ ଆଦାନୀ କିଣିଥିବା ଜମି ପାଇଁ ପୂର୍ବ ବିଜେଡି ସରକାର ଅନୁମତି ଦେଇଥିଲେ । ତେବେ ବର୍ତ୍ତମାନର ସରକାର ଗନ୍ଧମାର୍ଦ୍ଧନରେ ଖଣି ଉତ୍ତୋଳନ ପାଇଁ ଅନୁମତି ଦେବେ ନାହିଁ । ସେମିତି କିଛି ହେଲେ ମୁଁ ଆପଣଙ୍କ ସହିତ ଆନେ୍ଦାଳନକୁ ଓହ୍ଲାଇବି । ଆଦାନୀକୁ କେବେ ହେଲେ କାରଖାନା କରିବାକୁ ଦେବୁନି ବୋଲି ଶ୍ରୀ ସିଂହଦେଓ କହିଛନ୍ତି ।
ଆଜି ଶୂନ୍ୟକାଳରେ ବିଜୁ ଜନତା ଦଳ ଆଦାନୀ ଜମି କିଣା ପ୍ରସଙ୍ଗ ଉଠାଇଥିଲା । ରାଜ୍ୟ ସରକାର ଏନେଇ ଅନୁମତି ଦେଇଛନ୍ତି କି ବୋଲି ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ପ୍ରଶ୍ନ କରିଥିଲେ । ଆଉ ଏହାର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଉପୋରକ୍ତ ବିବୃତ୍ତି ରଖିଛନ୍ତି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ