ଗରିବ ଏବଂ ମଧ୍ୟବିତ୍ତଙ୍କ ଉପରେ ମା’ ଲକ୍ଷ୍ମୀଙ୍କ ବିଶେଷ କୃପା ରହୁ:ମୋଦୀ

ନୂଆଦିଲ୍ଲୀ: ସଂସଦର ବଜେଟ୍ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣା ସହ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନର ପ୍ରଥମ ଦିନରେ ଅର୍ଥନୈତିକ ସର୍ବେକ୍ଷଣ ଉପସ୍ଥାପିତ ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ୨୦୨୪-୨୫ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ବେକ୍ଷଣ ଉପସ୍ଥାପନ କରିବେ, ଯାହାକୁ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭି ଅନନ୍ତ ନାଗେଶ୍ୱରନଙ୍କ ନେତୃତ୍ୱାଧୀନ ଟିମ୍ ପ୍ରସ୍ତୁତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଜେଟ୍ ଅଧିବେଶନରେ ସାମିଲ ହେବାକୁ ସଂସଦ ଭବନରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏହି ଅବସରରେ ସାମ୍ବାଦିକମାନଙ୍କୁ ସମ୍ବୋଧିତ କରି ଧନର ଦେବୀ ମା’ ଲକ୍ଷ୍ମୀଙ୍କୁ ସ୍ମରଣ କରିବାସହ ସମୃଦ୍ଧିର ଦେବୀଙ୍କ ସ୍ତୁତି ପାଠ କରିଛନ୍ତି ଏବଂ କହିଛନ୍ତି ଏହା ବହୁ ପୁରୁଣା ପରମ୍ପରା। ସେ କହିଛନ୍ତି, ମା’ ଲକ୍ଷ୍ମୀଙ୍କୁ ପ୍ରାର୍ଥନା କରୁଛି ଯେ ସମୃଦ୍ଧି ଓ ବିବେକ, ସମୃଦ୍ଧି ଓ କଲ୍ୟାଣ ପ୍ରଦାନ କରନ୍ତୁ। ମୁଁ ପ୍ରାର୍ଥନା କରୁଛି ଯେ, ଦେଶର ପ୍ରତ୍ୟେକ ଗରିବ ଏବଂ ମଧ୍ୟବିତ୍ତଙ୍କ ଉପରେ ମା’ ଲକ୍ଷ୍ମୀଙ୍କ ବିଶେଷ କୃପା ରହୁ। ଗଣତନ୍ତ୍ରର ୭୫ ବର୍ଷ ପୂରଣ ହୋଇଛି ଏବଂ ଏହା ପ୍ରତ୍ୟେକ ନାଗରିକଙ୍କ ପାଇଁ ଗର୍ବର ବିଷୟ।
ବଜେଟ୍ ଅଧିବେଶନ ଜାନୁଆରୀ ୩୧ରୁ ଏପ୍ରିଲ ୪ ପର୍ୟ୍ୟନ୍ତ ଦୁଇଟି ପର୍ୟ୍ୟାୟରେ ଅନୁଷ୍ଠିତ ହେବ। ଅଧିବେଶନର ପ୍ରଥମ ପର୍ୟ୍ୟାୟ ଫେବୃଆରୀ ୧୩ରେ ଶେଷ ହେବ ଏବଂ ଦ୍ୱିତୀୟ ପର୍ୟ୍ୟାୟ ମାର୍ଚ୍ଚ ୧୦ରୁ ଆରମ୍ଭ ହେବ। ଫେବୃଆରୀ ୧ରେ କେନ୍ଦ୍ର ବଜେଟ୍ ଉପସ୍ଥାପନ କରାଯିବ।

  • Related Posts

    ତିବ୍ଦତରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    ତିବ୍ଦତ: ଗୁରୁବାର ତିବ୍ଦତରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ଥିବା ଜଣାପଡିଛି । ତେବେ କ୍ଷୟକ୍ଷତିର ଖବର ଏଯାଏ ହସ୍ତଗତ ହୋଇପାରିନାହିଁ । କିନ୍ତୁ ଏହଦ୍ୱାରା ହିମାଳୟ ପାର୍ବତୀୟ ଅଞ୍ଚଳର ପରିବେଶ…

    Continue reading
    ମୋଦୀଙ୍କୁ ନେତାନ୍ୟାହୁଙ୍କ ନିମନ୍ତ୍ରଣ

    ନୂଆଦିଲ୍ଲୀ: ଭାରତ ଓ ଇସ୍ରାଏଲ ମଧ୍ୟରେ ରଣନୈତିକ ସମ୍ପର୍କକୁ ଆହୁରି ମଜଭୁତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ଦୁଇ ଦେଶର ପ୍ରଧାନମନ୍ତ୍ରୀ। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ୍‌ରେ କଥା ହୋଇ ଇସ୍ରାଏଲର ସ୍ୱାଧୀନତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି