ଗର୍ଭବତୀ ଗୁଳି ଘଟଣା: ୪ ଅଟକ

ବଣାଇ: ଗର୍ଭବତୀ ମହିଳାଙ୍କୁ ଗୁଳି କରି ହତ୍ୟା ଘଟଣାରେ ୪ ଜଣଙ୍କୁ ଅଟକ ରଖିଲା ପୋଲିସ । ମହିଳାଙ୍କ ସ୍ୱାମୀ ଏବଂ ଜଣେ ପୋଲିସ କର୍ମଚାରୀଙ୍କ ସହ ଗ୍ରାମର ୨ ଜଣ ଯୁବକଙ୍କୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ । ସୁନ୍ଦରଗଡ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡପାଲୀ ଗ୍ରାମରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ବୁଧବାର ବିଳମ୍ୱିତ ରାତିରେ ଲୁଟ୍ କରିବାକୁ ଆସି ଗର୍ଭବତୀ ମହିଳାଙ୍କୁ ଗୁଳି ମାଡ କରିଥିଲେ ଦୁର୍ବୃତ୍ତ । ମହିଳାଙ୍କୁ ଗୁରୁତର ଅବସ୍ଥାରେ ଦେଖି ଘଟଣାସ୍ଥଳରୁ ଲୁଟେରାମାନେ ଫେରାର ହୋଇଥିଲେ । ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି ଡାକ୍ତଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ମାମଲା ରୁଜୁ ହେବା ପରେ ଟିକାୟତପାଲି ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା । ତଦନ୍ତ କରି ମୃତ ମହିଳାଙ୍କ ସ୍ୱାମୀ ଏବଂ ଜଣେ ପୋଲିସ କର୍ମଚାରୀଙ୍କ ସମେତ ଗାଁର ଆଉ ଦୁଇ ଜଣ ଯୁବକଙ୍କୁ ଅଟକ ରଖିଛି ପୋଲିସ । ସେମାନଙ୍କୁ ପଚରା ଉଚରା କରି ଘଟଣାର ଅଧିକ ତଦନ୍ତ ଚଳାଇଛି ପୋଲିସ ।

  • Related Posts

    ବ୍ରହ୍ମପୁରରେ ଏନକାଉଣ୍ଟର

    ବ୍ରହ୍ମପୁର : ବ୍ରହ୍ମପୁର କବିସୂର୍ୟ୍ୟନଗରର ପୁଲିସର ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହକ ଆହତ ହୋଇ ଏମକେସିଜିରେ ଭର୍ତ୍ତି ହୋଇଛି। ସୂଚନା ଅନୁସାରେ ପୀତାତଳି-ଚିକିଟି ରାସ୍ତାରେ ଗୋଳନ୍ଥରା ପୁଲିସ ଏନକାଉଣ୍ଟର କରିଥିଲା। ସୁନୀଲ ନାହକ ପୁଲିସ ଉପରକୁ ଆକ୍ରମଣ କରିବାରୁ ପୁଲିସ…

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଯାଜପୁର: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ୟ୍ୟାଳୟରେ କାର୍ୟ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

    Leave a Reply

    Your email address will not be published. Required fields are marked *

    You Missed

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ  କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଏନକାଉଣ୍ଟର, ଆତଙ୍କୀ ନିପାତ

    ଏନକାଉଣ୍ଟର, ଆତଙ୍କୀ ନିପାତ

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’