ଗର୍ଭବତୀ ଗୁଳି ଘଟଣା: ୪ ଅଟକ

ବଣାଇ: ଗର୍ଭବତୀ ମହିଳାଙ୍କୁ ଗୁଳି କରି ହତ୍ୟା ଘଟଣାରେ ୪ ଜଣଙ୍କୁ ଅଟକ ରଖିଲା ପୋଲିସ । ମହିଳାଙ୍କ ସ୍ୱାମୀ ଏବଂ ଜଣେ ପୋଲିସ କର୍ମଚାରୀଙ୍କ ସହ ଗ୍ରାମର ୨ ଜଣ ଯୁବକଙ୍କୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ । ସୁନ୍ଦରଗଡ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡପାଲୀ ଗ୍ରାମରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ବୁଧବାର ବିଳମ୍ୱିତ ରାତିରେ ଲୁଟ୍ କରିବାକୁ ଆସି ଗର୍ଭବତୀ ମହିଳାଙ୍କୁ ଗୁଳି ମାଡ କରିଥିଲେ ଦୁର୍ବୃତ୍ତ । ମହିଳାଙ୍କୁ ଗୁରୁତର ଅବସ୍ଥାରେ ଦେଖି ଘଟଣାସ୍ଥଳରୁ ଲୁଟେରାମାନେ ଫେରାର ହୋଇଥିଲେ । ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି ଡାକ୍ତଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ମାମଲା ରୁଜୁ ହେବା ପରେ ଟିକାୟତପାଲି ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା । ତଦନ୍ତ କରି ମୃତ ମହିଳାଙ୍କ ସ୍ୱାମୀ ଏବଂ ଜଣେ ପୋଲିସ କର୍ମଚାରୀଙ୍କ ସମେତ ଗାଁର ଆଉ ଦୁଇ ଜଣ ଯୁବକଙ୍କୁ ଅଟକ ରଖିଛି ପୋଲିସ । ସେମାନଙ୍କୁ ପଚରା ଉଚରା କରି ଘଟଣାର ଅଧିକ ତଦନ୍ତ ଚଳାଇଛି ପୋଲିସ ।

  • Related Posts

    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading
    ସେକ୍ସ ରାକେଟ ଠାବ: ୨ ଯୁବତୀ ଉଦ୍ଧାର, ୩ ଅଟକ

    ରାଉରକେଲା: ରାଉରକେଲାର ରଘୁନାଥପାଲି ଥାନା ଅନ୍ତର୍ଗତ ସିଭିଲଟାଉନସିପ୍ ସ୍ଥିତ ଏକ ଘରେ ଚାଲିଥିଲା ସେକ୍ସ ରାକେଟ । ରବିବାର ସନ୍ଧ୍ୟାରେ ସେହି ଘରେ ପୁଲିସ୍ ଚଢ଼ଉ କରି ୨ ଯୁବତୀଙ୍କୁ ଉଦ୍ଧାର କରିଥିବା ବେଳେ ୩ ଜଣ ଯୁବକଙ୍କୁ ଥାନାରେ ଅଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ