ଗାଁକୁ ଯାଇ ପାରିଲା ନାହିଁ ଆମ୍ବୁଲାନ୍ସ, ଗର୍ଭବତୀଙ୍କୁ ବୋହିଲେ ଆଶା ଦିଦି ଓ ପରିବାର ଲୋକ

-ଆମ୍ବୁଲାନ୍ସ ଭିତରେ ଶିଶୁ ପୁତ୍ର ଜନ୍ମ, ବାରକୋଟ ମେଡିକାଲରେ ଭର୍ତ୍ତି

ଦେବଗଡ:ଲଗାତାର ବର୍ଷା ପାଇଁ ନାଳରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ ।‌ ଆଜି ସକାଳେ ଗର୍ଭବତୀ ମହିଳାଙ୍କୁ ବୋହି ନାଳ ପାର କଲେ ଆଶା ଦିଦି ଓ ପରିବାର । ଦେବଗଡ଼ ଜିଲ୍ଲାରେ‌ ଲଗାଣ ବର୍ଷା ଲାଗି ରହିଥିବା ବେଳେ ବାରକୋଟ ବ୍ଲକ କାଳିଆପାଳ ଗ୍ରାମକୁ ବିଚ୍ଛିନ୍ନ ହୋଇଛି ଯୋଗାଯୋଗ । କାଳିଆପାଳ ଗାଁ ନିକଟ ଟାଙ୍କୁଜୁରା ନାଳରେ ବନ୍ୟା ପାଣି ପ୍ରବାହିତ ହେବାରୁ ପୋଲ ଉପରେ ଆଜି ସକାଳୁ ଆଣ୍ଠୁଏ ପାଣି ପ୍ରବାହିତ ହେଉଛି । କାଳିଆ ପାଳ ଗ୍ରାମର ସନ୍ତୋଷ ନାୟକଙ୍କ ସ୍ତ୍ରୀ ପଦ୍ମିନୀ ଶବର ପ୍ରସବ ଯନ୍ତ୍ରଣା ହୋଇଥିଲା l ସନ୍ତୋଷ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ l ଠିକ ସମୟରେ ଆମ୍ବୁଲାନ୍ସ ଆସିଥିଲା ମାତ୍ର ଟାଙ୍କୁଜୁରା ନାଳ ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉ ଥିବାରୁ ସମୟରେ ଆମ୍ବୁଲାନ୍ସ ଅଧାରେ ଅଟକି ଯାଇଥିଲା । ଆଶା ଦିଦି ଓ ପରିବାର ଲୋକେ ମହିଳାଙ୍କୁ ବିପଦ ପୂର୍ଣ୍ଣ ଭାବେ ଗର୍ଭବତୀ ମହିଳା ଙ୍କୁ ବୋହି ନାଳ ଅତିକ୍ରମ କରାଇଥିଲେ । ଏଭଳି ସମସ୍ୟା ଯୋଗୁଁ ଗର୍ଭବତୀ ମହିଳା ଠିକ ସମୟରେ ଡାକ୍ତରଖାନାରେ ପହଞ୍ଚି ନପାରି ଆମ୍ବୁଲାନ୍ସରେ ନିଆଯାଉଥିବା ବେଳେ ଆମ୍ବୁଲାନ୍ସ ଭିତରେ ଗର୍ଭବତୀ ମହିଳା ଜଣଙ୍କ ପ୍ରସବ କରି ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ । ବର୍ତ୍ତମାନ ବାରକୋଟ ଡାକ୍ତରଖାନାରେ ପ୍ରସୂତୀ ମହିଳା ଓ ନବଜାତ ଶିଶୁର ଚିକିତ୍ସା ଜାରି ରହିଛି ।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ