ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

କୋକସରା: କଳାହାଣ୍ଡି ଜିଲା କୋକସରା ବ୍ଳକ ଆମପାଣି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଆମପାଣି ଥାନା ଅଞ୍ଚଳର ଜଣେ ୧୨ ବର୍ଷର ନାବାଳିକା ଗାଁ ନିକଟସ୍ଥ ଝରଣାକୁ ଗାଧୋଇବା ପାଇଁ ଯାଇଥିଲେ। ସେତିକିବେଳେ ବାଘଝରଣ ଗାଁର ନକୁଳ ବେହେରା(୨୨) ନାବାଳିକାଙ୍କୁ ଏକୁଟିଆ ଦେଖି ବଳାତ୍କାର କରିଥିଲେ।
ନାବାଳିକା ଜଣକ ଘରକୁ ଆସି ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ପରେ ପରିବାର ଲୋକେ ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ପରେ ସମ୍ପୃକ୍ତ ଯୁବକଙ୍କୁ ଧରି ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି। ଅନ୍ୟପକ୍ଷେ ଏହି ଘଟଣା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ପୋଲିସ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଇଛି। ଏନେଇ ଆମପାଣି ଥାନାରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ତଦନ୍ତ କରୁଛି।

  • Garvita Odia

    Related Posts

    ଥାନାରେ ବିଷ ପିଇ ଦେଲେ ଯୁବତୀ

    ନୟାଗଡ଼ ଇଟାମାଟି ଥାନା ପରିସରରେ ଘଟିଛି ଅଭାବନୀୟ ଘଟଣା। ଏଠାରେ ଜଣେ ଯୁବତୀ ନ୍ୟାୟ ଦାବିରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପ୍ରେମ ବ୍ୟାପାରକୁ ନେଇ ସେ ଏପରି କରିଛନ୍ତି। ବିଷ ପିଇବା ଯୋଗୁ ତାଙ୍କ ଅବସ୍ଥା ଗୁରୁତର ରହିଛି।…

    ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

    ଭୁବନେଶ୍ୱର: ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ହେବା ଘଟଣାରେ କଂଗ୍ରେସ କମିଟି ଗଠନ କରାଯାଇଛି । ଘଟଣାର ଅନୁଧ୍ୟାନ ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ଏହି କମିଟି ଗଠନ କରାଯାଇଛି । ସସ୍ମିତା ବେହେରାଙ୍କ ନେତୃତ୍ୱରେ ୬ ଜଣିଆ କମିଟି…

    Leave a Reply

    Your email address will not be published. Required fields are marked *

    You Missed

    ଆଉ ନାହାନ୍ତି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ

    ଆଉ ନାହାନ୍ତି  କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ

    ଥାନାରେ ବିଷ ପିଇ ଦେଲେ ଯୁବତୀ

    ଥାନାରେ ବିଷ ପିଇ ଦେଲେ ଯୁବତୀ

    ବିମାନ ଆଜି ଦୁର୍ଘଟଣା: ୧୬ ପିଲା, ୨ ଶିକ୍ଷକ ଓ ପାଇଲଟ ମୃତ

    ବିମାନ ଆଜି ଦୁର୍ଘଟଣା: ୧୬ ପିଲା, ୨ ଶିକ୍ଷକ ଓ ପାଇଲଟ ମୃତ

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ