
ଭୁବନେଶ୍ବର, : ‘ପରୀକ୍ଷା ପେ ଚର୍ଚ୍ଚା’ ପାଇଁ ମିଳିଥିବା ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଦାନ କରିଛନ୍ତି । ଏହି ସମୟରେ କେନ୍ଦ୍ର ରେଳ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ରାଷ୍ଟ୍ରମନ୍ତ୍ରୀ ଜିତିନ ପ୍ରସାଦ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା(ପିପିସି) -୨୦୨୫ ଗୋଟିଏ ମାସରେ ସର୍ବାଧିକ ପଞ୍ଜୀକରଣ ପାଇଁ ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଥିଲା । ଆୟୋଜିତ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , କେନ୍ଦ୍ର ରେଳ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ରାଷ୍ଟ୍ରମନ୍ତ୍ରୀ ଜିତିନ ପ୍ରସାଦ ‘ପରୀକ୍ଷା ପେ ଚର୍ଚ୍ଚା’ ପାଇଁ ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ଏକ ପ୍ରମାଣପତ୍ର ଗ୍ରହଣ କରିଥିଲେ।