ଗିରଫ ଭୟରେ ପୋଖରୀକୁ ଡେଇଁଲେ ଏସଆଇ

ସମ୍ବଲପୁର: ସମ୍ୱଲପୁର ଜିଲା ମହୁଲପାଲି ଥାନାର ସବ-ଇନ୍ସପେକ୍ଟର (ଏସଆଇ) ସୁଜିତ କୁମାର ମହନ୍ତ ବୁଧବାର ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ମହୁଲପାଲି ଥାନାରେ ଅଭିଯୋଗକାରୀଙ୍କ୍ ନାମରେ ଥିବା ଏକ ମିସଲେନିଅସ ମାମଲାର ରଫାଦଫା କରିବା ପାଇଁ ଅଭିଯୁକ୍ତ ଏସଆଇ ଜଣକ ଏହି ଲାଞ୍ଚ ଦାବି କରିଥିଲେ । ଭିଜିଲାନ୍ସ ବିଭାଗରୁ
ମିଳିଥିବା ସୂଚନା ଅନୁଯାୟୀ, ଏସଆଇ ସୁଜିତ ମହାନ୍ତ, ଅଭିଯୋଗକାରୀଙ୍କୁ ଥାନା ବାହାରେ ଏକ ନିଛାଟିଆ ସ୍ଥାନକୁ ଲାଞ୍ଚ ଦେବା ପାଇଁ ଡକାଇଥିଲେ । ସେଠାରେ ଲାଞ୍ଚ ଟଙ୍କା ଗ୍ରହଣ କରିବା ମାତ୍ରେ ସେ ପୂର୍ବ ପ୍ରସ୍ତୁତ ଥିବା ଭିଜିଲାନ୍ସ ଦଳକୁ ଦେଖିବାକୁ ପାଇଥିଲେ । ଏଣୁ ଗିରଫଦାରୀରୁ ବର୍ତ୍ତିବା ପାଇଁ ଅଭିଯୁକ୍ତ ସେଠାରୁ ଦୌଡ଼ିବାକୁ ଲାଗିଥିଲେ । ଭିଜିଲାନ୍ସ ଦଳ ମଧ୍ୟ ତାଙ୍କୁ ଗୋଡ଼ାଇଥିଲା । ଶେଷରେ ଉପାୟ ଶୂନ୍ୟ ହୋଇ ଏସଆଇ ଜଣକ ଖସିଯିବା ପାଇଁ ନିକଟସ୍ଥ ଏକ ପୋଖରୀକୁ ଡେଇଁ ପଡ଼ିଥିଲେ । କିନ୍ତୁ ଭିଜିଲାନ୍ସ ଦଳର ଜଣେ ସଦସ୍ୟ ମଧ୍ୟ ପୋଖରୀକୁ ଡେଇଁ ପହଁରି ପହଁରି ତାଙ୍କୁ କାବୁ
କରିଥିଲେ । ଘଟଣାସ୍ଥଳରୁ ଭିଜିଲାନ୍ସ ଅଧିକାରୀ ମାନେ ଏସଆଇଙ୍କ ନିକଟରୁ ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ଉଦ୍ଧାର କରିଛନ୍ତି । ଏହି ଭିଜିଲାନ୍ସ ଟ୍ରାପ ପରେ ଆୟ ବହିର୍ଭୂତ ସମ୍ପତ୍ତି ଠାବ କରିବା ଉଦ୍ଦେଶ୍ୟରେ ତାଙ୍କର ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରହିଛି । ଚଢ଼ଉ ସମୟରେ ଥାନା ପରିସରରେ ଥିବା ତାଙ୍କ ବିଶ୍ରାମ କକ୍ଷରୁ ନଗଦ ୧ ଲକ୍ଷ ୫୫ ହଜାର ୭୦୦ ଟଙ୍କା ଜବତ କରାଯାଇଛି । ଏହି ଘଟଣାରେ ସମ୍ୱଲପୁର ଭିଜିଲାନ୍ସ ଥାନାରେ ମାମଲା ନଂ ୨୧/୨୦ ରୁଜୁ କରାଯାଇ ତଦନ୍ତ ଚାଲିଛି । ସୂଚନାଯୋଗ୍ୟ ଯେ, ଗିରଫ ଏସଆଇ ୨୦୨୧ ମସିହାରେ ସିଧାସଳଖ ନିଯୁକ୍ତି ମାଧ୍ୟମରେ ପୁଲିସ ସେବାରେ ଯୋଗ ଦେଇଥିଲେ ।

  • Related Posts

    ୩୪୦ ASO ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

    ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ରାଜ୍ୟର ଯୁବକଯୁବତୀଙ୍କ ପାଇଁ ଏକ ବଡ଼ ନିଯୁକ୍ତି ସୁଯୋଗ ଆସିଛି। ଗୃହ ବିଭାଗ ଅଧୀନରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ASO) ପଦବୀ ପାଇଁ ଆୟୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମୋଟ ୩୪୦ଟି…

    Continue reading
    ବନ୍ୟା କ୍ଷୟକ୍ଷତି : ସ୍ଥାୟୀ ପ୍ରତିକାର ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ

    ଭୁବନେଶ୍ୱର: ବାତ୍ୟା ଅର୍ଣ୍ଣବ ଓ ତା ପରବର୍ତ୍ତୀ ବନ୍ୟା ଯୋଗୁ ରାଜ୍ୟରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିକୁ ଆକଳନ କରିବା ପାଇଁ ଓଡିଶା ଆସିଥିବା କେନ୍ଦ୍ରୀୟ ଟିମ୍‌ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଏ ସମ୍ପର୍କରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି