ଗୁରୁବାରରୁ ରାଜ୍ୟରେ ବର୍ଷା ପରିମାଣ କମ୍‌ ରହିବ

ଭୁବନେଶ୍ୱର : ରାଜ୍ୟର ଅନେକ ସ୍ଥାନରେ ବୁଧବାର ବର୍ଷା ସମ୍ଭାବନା ଅଛି। ୧୫ଟି ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆଶଙ୍କା ରହିଛି । ଗୁରୁବାର (୧୦ ତାରିଖ)ରୁ ୧୨ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ପରିମାଣ କମ୍‌ ରହିବ । ୧୩ରୁ ପୁଣି ବର୍ଷା ବଢ଼ିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ବୁଧବାର କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ଓ କୋରାପୁଟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳରେ ଘଡ଼ଘଡ଼ି ଓ ପବନ ଆଶଙ୍କା ରହିଛି । ୧୦ ଓ ୧୧ ତାରିଖରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇପାରେ । ୧୨ରେ ଅନେକ ସ୍ଥାନରେ ବର୍ଷା ହୋଇପାରେ, ମାତ୍ର ବଡ଼ ବର୍ଷା ସମ୍ଭାବନା କମ୍‌ । ୧୩ରୁ ପୁଣି ବର୍ଷା ପରିମାଣ ବଢ଼ିପାରେ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ