ଗୁରୁବାର ୫ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ୫ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଗୁରୁବାର ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ୟ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଭାଦ୍ରବ ଶୁକ୍ଳ ଦ୍ୱାଦଶ ତିଥିରେ ବାମନ ଜନ୍ମ ନୀତି ପାଇଁ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ଏହି ସମୟ ମଧ୍ୟରେ ପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ । ଅନ୍ୟପଟେ ଶ୍ରୀମନ୍ଦିରରେ ଭକ୍ତମାନଙ୍କ ପାଇଁ ‘ଧାଡ଼ି’ ଦର୍ଶନ ବ୍ୟବସ୍ଥା ପ୍ରବର୍ତ୍ତନ କରାଯିବ। ବୁଧବାର ଶ୍ରୀମନ୍ଦିର ପରିଚାଳନା କମିଟି ଏହି ପ୍ରସ୍ତାବକୁ ମଞ୍ଜୁରି ଦେଇଛି। ଏହି ବ୍ୟବସ୍ଥା ନାଟମଣ୍ଡପରେ ପ୍ରଥମେ ପରୀକ୍ଷାମୂଳକ ଭାବେ ଆରମ୍ଭ ହେବ, ପରେ ପୂର୍ଣ୍ଣାଙ୍ଗ ରୂପେ ଲାଗୁ ହେବ। କମିଟି ଶ୍ରୀଜିଉଙ୍କ ନୀତି ସମୟାନୁସାରେ ସମ୍ପନ୍ନ ହେବା ପାଇଁ ମନ୍ଦିର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛି।

  • Related Posts

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଭୁବନେଶ୍ବର,04/09: ଭୁବନେଶ୍ବର ଏବଂ କଟକ ସହର ମୁଖ୍ୟ ରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦି ରାସ୍ତା ଖରାପ ହୋଇ ଗଲାଣି। କେଉଁଠି ରାସ୍ତାରୁ ପିଚୁ ଉଠି ଗଲାଣି ତ ଆଉ କେଉଁଠି ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଲୋକମାନେ ଗମନାଗମନରେ ନାହିଁ ନଥିବା…

    Continue reading
    ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି

    ନାରାୟଣପାଟଣା,04/09 : ଗାଁକୁ ଡିଜିଟାଲ ସେବା ଅପହଞ୍ଚ ହୋଇଛି । ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି । ଆଉ କେଉଁଠି ମୋଟରସାଇକଲରେ ଲାପଟପ୍ ଧରି ଜଙ୍ଗଲ ରାସ୍ତାରେ ନେଟୱର୍କ ଖୋଜା ଚାଲିଛି । ସୀମାନ୍ତ ଆନ୍ଧ୍ର ନେଟୱର୍କରେ ଲୋକଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର