ଜଂକିଆ,24/08:ଖୋର୍ଦ୍ଧା ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରିସ୍ଥିତ ସାଇ ସୋନୁ ଅଳଙ୍କାର ଦୋକାନରୁ ଆଜି ମଧ୍ୟାହ୍ନରେ ଲୁଟେରାମାନେ ଆସି ଦୋକାନରୁ ସର୍ବସ୍ବ ଲୁଟି ଥିବା ଜଣାପଡ଼ିଛି। ୪ଟି ପଲସରରେ ୮ ଜଣ ଦୁର୍ବୃତ୍ତ ଗୁଳି ଓ ବୋମା ଫୁଟାଇ ଭୟଭୀତ ଦୋକାନରେ ଥିବା କର୍ମଚାରୀଙ୍କୁ ଭୟଭୀତ କରିଥିଲେ। ଖୋର୍ଦ୍ଧା ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରିସ୍ଥିତ ସାଇ ସୋନୁ ଅଳଙ୍କାର ଦୋକାନରୁ ଆଜି ମଧ୍ୟାହ୍ନରେ ଲୁଟେରାମାନେ ଆସି ଦୋକାନରୁ ସର୍ବସ୍ବ ଲୁଟି ଥିବା ଜଣାପଡ଼ିଛି। ୪ଟି ପଲସରରେ ୮ ଜଣ ଦୁର୍ବୃତ୍ତ ଗୁଳି ଓ ବୋମା ଫୁଟାଇ ଭୟଭୀତ ଦୋକାନରେ ଥିବା କର୍ମଚାରୀଙ୍କୁ ଭୟଭୀତ କରିଥିଲେ। ପରେ ଦୋକାନରେ ଥିବା ସମସ୍ତ ସୁନା ଅଳଙ୍କାର ଲୁଟ୍ ନେଇଥିବା ସୂଚନା ମିଳିଛି। ଏହି ସମୟରେ ଦୋକାନରେ ନିକଟସ୍ଥ ସରପାରୀ ଗ୍ରାମର ରାଜା ପ୍ରଧାନ ନାମକ ଜଣେ ଯୁବକ ଦୋକାନରେ ଥିବାବେଳେ ଲୁଟେରାମାନେ ତାଙ୍କ ଦେହକୁ ଏକ ଗୁଳି ମାରିଥିବାରୁ ସେ ଗୁରୁତର ଆହତ ହୋଇ ପଡିଥିବାର ଜଣାପଡିଛି। ପରେ ଲୁଟେରାମାନେ ଦୋକାନ ବାହାରେ ଏକାଧିକ ବୋମା ଫୁଟାଇ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ନେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି। ସୂଚନା ପାଇ ଘଟଣାସ୍ଥଳରେ ଜଙ୍କିଆ ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଜାରି ରଖିଛନ୍ତି। ଡକାୟତମାନେ ସମ୍ପୂର୍ଣ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରି ଏହି ଡକାୟତି କରିଥିବା ଆଲୋଚନା ହେଉଛି
ଭିଜିଲାନ୍ସ ଜାଲରେ ଏସ୍ଆଇ
ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଏସ୍ଆଇ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବରଗଡ଼ ଜିଲ୍ଲା ବିଜେପୁର ଥାନା ଏସ୍ଆଇ ଜଗା ବରିହା । ଜଣେ ଡିଲରଙ୍କ ଠାରୁ ୭ ହଜାର ଟଙ୍କାର ଲାଞ୍ଚ ନେଉଥିବା ବେଳେ ଧରିଛି…