ଗୋଡ଼ାଇ ଗୋଡ଼ାଇ ପିଟିଲା ପୁଲିସ

ଭୁବନେଶ୍ୱର: କଂଗ୍ରେସ କର୍ମୀଙ୍କ ଉଗ୍ର ରୂପ । ବିଧାନସଭା ଘେରାଉ ବେଳେ କଂଗ୍ରେସ କର୍ମୀ ପୁଲିସ ଉପରକୁ ପଥର ମାଡ଼ କରିବା ପରେ ପୁଲିସ କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିବା ଆରମ୍ଭ କରିଛି । ନାରୀ ନିର୍ଯାତନା ପ୍ରସଙ୍ଗରେ କଂଗ୍ରେସ ଗୁରୁବାର ଭୁବନେଶ୍ୱରସ୍ଥ ଲୋୟର ପିଏମଜିରେ ଗର୍ଜନ କରିଛି । ଆଜି ଦଳ ପକ୍ଷରୁ ବିଧାନ ଘେରାଉ ଡାକରା ଦିଆଯାଇଥିବାବେଳେ କଂଗ୍ରେସ କର୍ମୀମାନେ ପୁଲିସ ଉପରକୁ ଟେକାପଥର ମାଡ଼ କରିବା ସହ ଚେୟାର ଫିଙ୍ଗିଛନ୍ତି । ଯାହା ଫଳରେ ଲୋୟର ପିଏମଜି ଏବେ ଋଣକ୍ଷେତ୍ର ପାଲଟିଛି ।
ପ୍ରଥମେ କଂଗ୍ରେସ କର୍ମୀମାନେ ଲୋୟର ପିଏମଜିରେ ପୁଲିସ ପକ୍ଷରୁ କରାଯାଇଥିବା ବ୍ୟାରିକେଡକୁ ଭାଙ୍ଗିଦେଇଥିଲେ । ପରେ ବିଧାନସଭା ଅଭିମୁଖେ ଅଗ୍ରସର ହେଉଥିବାବେଳେ ପୁଲିସ ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଠେଲାପେଲା ଓ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା । ତେବେ କଂଗ୍ରେସ କର୍ମୀମାନେ ଏହି ଅବସରରେ ପଥରମାଡ଼ କରିବା ସହ ଚେୟାର ଫିଙ୍ଗିଥିଲେ ।
ଯାହାର ଜବାବୀ କାର୍ଯ୍ୟାନୁଷ୍ଠାନରେ ପୁଲିସ ପକ୍ଷରୁ ଲାଠିଚାର୍ଜ କରାଯାଇଛି ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ