ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଦ୍ଵିତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପନ

ଦେବଗଡ଼: ଦେବଗଡ଼ ଜ଼ିଲ୍ଲା କଲଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦ୍ଵିତୀୟ ପର୍ଯ୍ୟାୟ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇ ଅଛି।ଜ଼ିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଅତିରିକ୍ତ ଜ଼ିଲ୍ଲାପାଳ ରେବେକା ବିଲୁଙ୍ଗ, ତିଳେଇବଣି ପଞ୍ଚାୟତ ସମିତି ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ, ଦେବଗଡ଼ ପୌର ପରିଷଦ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରତିଜ କୁମାର ଭୋଜ, ସମ୍ବଲପୁର ସାଂସଦ ପ୍ରତିନିଧି ଯୋଗେଶ କୁମାର ପ୍ରଧାନ, ତିଳେଇବଣି ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟଦର୍ଶିନୀ ମିର୍ଦ୍ଧା, ତିଳେଇବଣି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ସାହୁ ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ସରକାରଙ୍କ ଏହି ଯୁଗାନ୍ତକାରୀ ପଦକ୍ଷେପ ଶିକ୍ଷା ସହିତ ଛାତ୍ର ଛାତ୍ରୀ ମାନଙ୍କ ସର୍ବାଙ୍ଗୀନ ବିକାଶ ହୋଇପାରିବ ବୋଲି ଅତିଥିଗଣ ବକ୍ତବ୍ୟରେ ପ୍ରକାଶ କରିଥିଲେ।ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଭାସୀ ମାଧ୍ୟମରେ ଯୋଗ ଦେଇ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ।କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ତିଳେଇବଣି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସ୍ୱାଗତ ଭାଷଣ ସହ କାର୍ଯ୍ୟକ୍ରମ ରୂପରେଖ ସମ୍ପର୍କରେ ଆଲୋକପାତ କରାଇଥିଲେ।କାର୍ଯ୍ୟକ୍ରମ କୁ ସୁଗୁଡା ସି. ଆର. ସି. ସି. ପ୍ରାଣବନ୍ଧୁ ଘଡେଇ ସଂଯୋଜନା କରିଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ଲକ୍ଷ୍ମୀକାନ୍ତ ରାଉତରାୟ, ମଞ୍ଜିତା ବେହେରା,କଲଣ୍ଡା ପଞ୍ଚାୟତ ସମିତି ସଭ୍ୟ ପ୍ରଦୀପ ପ୍ରଧାନ, ବିଦ୍ୟାଳୟ ପରିଚାଳନା ସମିତି ସଭାପତି ଝିଲି ପାତ୍ର, ପ୍ରଧାନ ଶିକ୍ଷକ ରଞ୍ଜନ କୁମାର ପ୍ରଧାନ, ନାଏବ ସରପଞ୍ଚ ଅଲେଖ କୁମାର ନାଏକ, ଅବନୀ କାନ୍ତ ଜାଲ, ଲିଙ୍ଗରାଜ ଭୋଇ, ମୁନୀନ୍ଦ୍ର ଗଡ଼ନାୟକ,ଗଙ୍ଗାନଣ ସି. ଆର. ସି. ସି. କ୍ଷିତିଷ କୁମାର ପ୍ରଧାନ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ, ବିଦ୍ୟାଳୟ ର ନମିତା ସାହୁ, ଦିନେଶ ପାଢ଼ୀ, ବିରଞ୍ଚି ପ୍ରଧାନ, ସୁମିତ୍ରା ଶତପଥି, ସୁମତି ହେମ୍ବ୍ରମ ପ୍ରମୁଖ ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟ ଛାତ୍ର ଛାତ୍ରୀ, ବିଦ୍ୟାଳୟ ପରିଚାଳନା ସମିତି ସଦସ୍ୟ ସଦସ୍ୟା, ପଞ୍ଚାୟତରାଜ ବିଭାଗ ର ସଦସ୍ୟ ସଦସ୍ୟା, ସ୍ୱୟଂ ସହାୟକ ସଦସ୍ୟା ଙ୍କ ସମେତ ଗ୍ରାମବାସୀ ଉପସ୍ଥିତ ଥିଲେ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ