
ଭୁବନେଶ୍ୱର: ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ । ଏହି ଅସବରରେ ବିଧାନସଭର ପରିସରରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହ ଦେଓ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ, ସରକାରୀ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂ, ପୂର୍ବତନ ବିଧାୟକ ତଥା ଲୋକସେବକ ମଣ୍ଡଳର ସର୍ବଭାରତୀୟ ସମ୍ପାଦକ ରାଜେନ୍ଦ୍ର କୁମାର ଜେନା ପ୍ରମୁଖ ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।








