ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା

ଭୁବନେଶ୍ୱର: ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ। ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ।

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୋଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ, ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି। ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା

    କୋରାପୁଟ: ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିବେ। ନୂଆଦିଲ୍ଲୀରୁ ବିଶାଖାପାଟଣା ଦେଇ ରାଜନାଥ ସିଂ ସିଧାସଳଖ ସୁନାବେଡ଼ାର ଟିଟିଏସ୍‌…

    Continue reading
    ୨୬ ବରିଷ୍ଠ ଓଏଏସ ଅଫିସରଙ୍କ ବଦଳି

    ରାଜ୍ୟ ସରକାର ୨୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ଦୁଇଟି ପୃଥକ ବିଜ୍ଞପ୍ତିରେ ଓଏଏସ୍ ଅଫିସରମାନଙ୍କ ଅଦଳବଦଳ ହୋଇଛି। ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ସାଫଲ୍ୟମଣ୍ଡିତ ପ୍ରଧାନଙ୍କୁ ବିଏମସି ଅତିରିକ୍ତ କମିଶନର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ