ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ୨୪×୭ କଣ୍ଟ୍ରୋଲ ରୁମ୍ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୪ ମାର୍ଚ୍ଚ, ୨୦୨୬: ଆସନ୍ନ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବିଭାଗୀୟ ପ୍ରସ୍ତୁତି ଏବଂ ମାର୍ଗଦର୍ଶିକା (SOP) ର ଏକ ଉଚ୍ଚସ୍ତରୀୟ ସମୀକ୍ଷା ଆଜି ଖାରବେଳ ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର ଏହି ବୈଠକରେ ପୌର ପ୍ରଶାସନର ପ୍ରସ୍ତୁତିର ବିସ୍ତୃତ ସମୀକ୍ଷା କରିଛନ୍ତି।
ବୈଠକ ପ୍ରାରମ୍ଭରେ ପୌର ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ଆଲୋଚ୍ୟ ସୂଚୀ ଉପସ୍ଥାପନ କରିବା ସହ ଗ୍ରୀଷ୍ମ ପ୍ରବାହ ପାଇଁ ଧାର୍ଯ୍ୟ କରାଯାଇଥିବା ଏସଓପି ଏବଂ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ULBs) ଗୁଡ଼ିକ ଦ୍ୱାରା ନିଆଯିବାକୁ ଥିବା ପ୍ରମୁଖ ପଦକ୍ଷେପଗୁଡ଼ିକ ଉପରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ।
ଆଭାସୀ ମାଧ୍ୟମରେ ବରିଷ୍ଠ ପଦାଧିକାରୀମାନଙ୍କୁ ସମ୍ବୋଧିତ କରି ମାନ୍ୟବର ମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବାରୁ ଗ୍ରୀଷ୍ମ ପ୍ରବାହର ବିପଦକୁ ହ୍ରାସ କରିବା ପାଇଁ ସକ୍ରିୟ ଏବଂ ସମନ୍ୱିତ ପଦକ୍ଷେପ ନେବା ଜରୁରୀ। ସହରାଞ୍ଚଳରେ ଅତ୍ୟାବଶ୍ୟକ ନାଗରିକ ସେବା ଯେପରି ବାଧାପ୍ରାପ୍ତ ନହୁଏ, ସେଥିପାଇଁ ସେ ଗୁରୁତ୍ୱାରୋପ କରିଥିଲେ। ଡଃ ମହାପାତ୍ର ସମସ୍ତ ବିଭାଗୀୟ ମୁଖ୍ୟ ଏବଂ ପୌର ସଂସ୍ଥାଗୁଡ଼ିକୁ ନିର୍ଦ୍ଧାରିତ ଏସଓପି ଅନୁଯାୟୀ କାର୍ଯ୍ୟ କରିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ନିର୍ଦ୍ଦେଶାବଳୀକୁ ଅକ୍ଷରେ ଅକ୍ଷରେ ପାଳନ କରିବାକୁ ସେ ଦୋହରାଇଛନ୍ତି।
ବିଶେଷ କରି ନିରବଚ୍ଛିନ୍ନ ଏବଂ ସମାନ ଭାବେ ଜଳ ଯୋଗାଣ ବ୍ୟବସ୍ଥା ଉପରେ ଗୁରୁତ୍ୱାରୋପ କରାଯାଇଛି। ପ୍ରବଳ ଗ୍ରୀଷ୍ମ ସମୟରେ ଯେପରି ଜଳ ଯୋଗାଣରେ କୌଣସି ସମସ୍ୟା ନଉପୁଜେ, ସେଥିପାଇଁ ‘ୱାଟକୋ’ (WATCO) ଏବଂ ଜନସ୍ୱାସ୍ଥ୍ୟ ବିଭାଗର ମୁଖ୍ୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ମହାନଗର ନିଗମର କମିଶନର ଏବଂ ପୌରପାଳିକା ଓ ଏନଏସି (NAC) ର ନିର୍ବାହୀ ଅଧିକାରୀମାନଙ୍କୁ ସ୍ଥାନୀୟ ସ୍ତରରେ ପାନୀୟ ଜଳ କେନ୍ଦ୍ର (ଜଳଛତ୍ର), ବିଶ୍ରାମ ପାଇଁ ଛାଇ ସ୍ଥାନ ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରେ ଥଣ୍ଡା ପରିବେଶ ସୃଷ୍ଟି କରିବା ପାଇଁ ବ୍ୟବସ୍ଥା କରିବାକୁ କୁହାଯାଇଛି। ଜିଲ୍ଲା ସ୍ତରୀୟ ସମନ୍ୱୟକୁ ସୁଦୃଢ଼ କରିବା ପାଇଁ ଜିଲ୍ଲା ନଗର ଉନ୍ନୟନ ସଂସ୍ଥା (DUDA) ର ପ୍ରକଳ୍ପ ନିର୍ଦ୍ଦେଶକମାନଙ୍କୁ କ୍ଷେତ୍ର ସ୍ତରରେ ଏହାର କାର୍ଯ୍ୟକାରିତା ଉପରେ ନଜର ରଖିବାକୁ ଏବଂ ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଦାୟିତ୍ୱ ଦିଆଯାଇଛି।
ସମସ୍ତ ପୌର ସଂସ୍ଥାଗୁଡ଼ିକୁ ୨୪×୭ ନିୟନ୍ତ୍ରଣ କକ୍ଷ (କଣ୍ଟ୍ରୋଲ ରୁମ୍) କାର୍ଯ୍ୟକ୍ଷମ କରିବା ସହ ଏକ ସ୍ୱତନ୍ତ୍ର ହେଲ୍ପଲାଇନ ନମ୍ବର ଜାରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ନମ୍ବରଗୁଡ଼ିକୁ ବିଭିନ୍ନ ଯୋଗାଯୋଗ ମାଧ୍ୟମରେ ବ୍ୟାପକ ପ୍ରଚାର ପ୍ରସାର କରିବାକୁ କୁହାଯାଇଛି, ଯେପରି ସାଧାରଣ ଜନତା ଏହାର ସୁବିଧା ପାଇପାରିବେ। ଲୋକାଭିମୁଖୀ ଆଭିମୁଖ୍ୟ ଗ୍ରହଣ କରି ମାନ୍ୟବର ମନ୍ତ୍ରୀ କହିଛନ୍ତି, “ଅଂଶୁଘାତରେ ଜଣଙ୍କର ବି ମୃତ୍ୟୁ ହେବା ଉଚିତ ନୁହେଁ। ସମସ୍ତ ଅଧିକାରୀ ସବୁ ସ୍ତରରେ ସତର୍କ ଏବଂ ତତ୍ପର ରହିବା ଆବଶ୍ୟକ।” ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଯେପରି ଜୀବନହାନି ନହୁଏ, ସେଥିପାଇଁ ସଠିକ୍ ସମୟରେ ହସ୍ତକ୍ଷେପ, ଗୋଷ୍ଠୀ ସଚେତନତା ଏବଂ କ୍ଷେତ୍ର ସ୍ତରୀୟ ସଜାଗତା ଉପରେ ସେ ବଳ ଦେଇଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଏସଓପିର ସୂଚାରୁ ପାଳନ ଉପରେ ଗୁରୁତ୍ୱ ଦେବା ସହ କ୍ଷେତ୍ର ସ୍ତରରେ ଏହାର ପ୍ରଭାବୀ କାର୍ଯ୍ୟକାରିତା ପାଇଁ ନିରନ୍ତର ତଦାରଖ ଏବଂ ଉତ୍ତରଦାୟିତ୍ୱ ରକ୍ଷା କରିବାକୁ ଆହ୍ୱାନ ଦେଇଛନ୍ତି।
ଏହି ବୈଠକରେ ବିଭାଗର ଅତିରିକ୍ତ ସଚିବ ଏବଂ ଅନ୍ୟ ପ୍ରମୁଖ ପଦାଧିକାରୀମାନେ ଉପସ୍ଥିତ ଥିଲେ। ରାଜ୍ୟର ସମସ୍ତ ମ୍ୟୁନିସିପାଲ୍ କମିଶନର ଏବଂ ନିର୍ବାହୀ ଅଧିକାରୀମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏଥିରେ ଯୋଗ ଦେଇଥିଲେ।
ଚରମ ପାଣିପାଗ ସ୍ଥିତିରେ ସହରାଞ୍ଚଳ ନାଗରିକଙ୍କ କଲ୍ୟାଣ ଏବଂ ସୁରକ୍ଷା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ନିଜର ପ୍ରତିବଦ୍ଧତା ଦୋହରାଇଛି।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ