ଗ୍ୟାସ୍ ଦୁର୍ଘଟଣାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ମାମଲା : ଏନ୍ଏଚ୍ଆରସିରେ ମାମଲା ରୁଜ୍ଜୁ

ଭୁବନେଶ୍ୱର: ତାମିଲନାଡୁରେ ଆମୋନିଆ ଗ୍ୟାସ୍ ଦୁର୍ଘଟଣାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୧୧ ଶ୍ରମିକ ମୃତ୍ୟୁବରଣ କରିବା ଘଟଣା । ଜାତୀୟ ମାନବାଧିକାର କମିଶନରେ ମାମଲା ପହଁଚିଛି । କୋରାପୁଟ ଜିଲାର ବରିଷ୍ଠ ଆଇନଜୀବୀ ଅନୁପ କୁମାର ପାତ୍ରଙ୍କ ଅଭିଯୋଗରେ କମିସନର କେସ୍‌ ଡାଏରୀ ନମ୍ବର ୧୪୮୧୬/୨୦୨୬ ରେ କେସ୍‌ ପଞ୍ଜିକୃତ ହୋଇଛି । ଅଭିଯୋଗରେ ତେଲକୋଇର ଅଂଚଳର ରୀତା ଜୁଆଙ୍ଗଙ୍କ ସମେତ ଅନ୍ୟମାନଙ୍କର ମୃତ୍ୟୁକୁ ନେଇ ଅଭିଯୋଗ କରିଛନ୍ତି । ଅଭିଯୋଗରେ ତାମିଲନାଡୁର ମୁଖ୍ୟ ଶାସନ ସଚିବ ଓ ପୋଲିସ ମହା ନିର୍ଦ୍ଦେଶକଙ୍କୁ ଘଟଣାର ସବିଶେଷ ରିପୋର୍ଟ ଏବଂ ଚାଲିଥିବା ଯୁଗ୍ମ କମିଟି ରିପୋର୍ଟ କମିଶନ ନିକଟରେ ଦାଖଲ କରିବାକୁ ଅନୁରୋଧ କରିଛନ୍ତି ।
ଶ୍ରମିକମାନେ ଅସୁରକ୍ଷିତ ପରିବେଶ ଏବଂ ବିପଦପୂର୍ଣ୍ଣ କାମରେ ନାବାଳିକାକୁ ନିଯୁକ୍ତ କରାଯାଇଥିବାରୁ ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଂଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକି୍ରୟାକରଣ କାରଖାନା ମେସର୍ସ ସେଂଟ ପିଟର ଆଣ୍ଡ ସି ଫୁଡ ଏକ୍ସପୋର୍ଟ ପ୍ରାଇଭେଟ ଲିଃ ପରିଚାଳନା କମିଟି ବିରୁଦ୍ଧରେ ଆଇନଗତ କାର୍ୟ୍ୟାନୁଷ୍ଠାନ ନେବା ପାଇଁ କମିସନ ଆଦେଶ କରିବାକୁ ଅନୁରୋଧ କରିଛନ୍ତି । ତାମିଲନାଡୁ ସରକାରଙ୍କୁ ଓ କାରଖାନା ପରିଚାଳନା କମିଟିକୁ ଆଦେଶ କରି ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ସହ ଆହତମାନଙ୍କୁ ଚିକିତ୍ସା ଖର୍ଚ୍ଚ ଦେବା ପାଇଁ ଆଦେଶ କରିବାକୁ ଆଇନଜୀବି ଅନୁପ କୁମାର ପାତ୍ର ନିବେଦନ କରିଛନ୍ତି । କେନ୍ଦୁଝର ଜିଲାର କ୍ଷତିଗ୍ରସ୍ତ ପରିବାରକୁ ଉପଯୁକ୍ତ ଥଇଥାନ ଓ ସୁବିଧା ଯୋଗାଇ ଦେବାକୁ କମିଶନ ନିକଟରେ ଅନୁରୋଧ କରିଛନ୍ତି । ସେହିପରି ତାମିଲନାଡୁରେ ଥିବା ୬୬୬୯ ବିପଦପୂର୍ଣ୍ଣ ଶିଳ୍ପ ମାନଙ୍କରେ ସୁରକ୍ଷା ଅଡିଟ୍ କରିବାକୁ କମିଶନ ଆଦେଶ କରିବାକୁ ସେ ନିବେଦନ କରିଛନ୍ତି ।

  • Related Posts

    ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

    ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି…

    Continue reading
    OTAS ଅଧିକାରୀ ଭୀମସେନ ଟୁଡୁ ଚାକିରୀରୁ ବହିଷ୍କୃତ

    -ଟ୍ରେନିଙ୍ଗ୍ ସମୟରେ ପୋଲିସ ଦ୍ୱାରା ଗିରଫ ହୋଇଥିଲେ, -ବିଚାର ବିଭାଗୀୟ ହେପାଜତକୁ ପଠାଯାଇଛି ଭୁବନେଶ୍ୱର: ନୂଆ କରି ନିଯୁକ୍ତି ପାଇଥିବା OT&AS(Odisha Taxation & Accounts Service) ଅଧିକାରୀ ଭୀମସେନ ଟୁଡୁଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ