ଘରେ ପଶି କୋଟିଏ ଟଙ୍କାର ସମ୍ପତ୍ତି ଲୁଟ୍

ଖୋର୍ଦ୍ଧା : ଖୋର୍ଦ୍ଧାରେ ବଡ଼ ଧରଣର ଚୋରି । ଘରେ କେହି ନଥିବା ସୁଯୋଗ ନେଇ କଳାକନା ବୁଲାଇଲେ ଦୁର୍ବୃତ୍ତ । ସୁନା, ରୂପା ଅଳଙ୍କାର ସହ ନଗଦ ଟଙ୍କା ମିଶାଇ ପ୍ରାୟ କୋଟିଏ ଟଙ୍କାର ସମ୍ପତ୍ତି ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ଏହି ଚାଞ୍ଚଲ୍ୟକର ଘଟଣା ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ଅନ୍ତର୍ଗତ ବାଙ୍କୋଇ ଅଞ୍ଚଳରେ ଘଟିଛି । ଘଟଣା ପରେ ଅଞ୍ଚଳରେ ଭୟ ଓ ଆତଙ୍କର ପରିବେଶ ସୃଷ୍ଟି ହୋଇଛି । ସୂଚନା ଅନୁଯାୟୀ, ଘର ମାଲିକ ବାହାରେ ଥିବା ସମୟରେ ଦୁର୍ବୃତ୍ତମାନେ ଘରେ ପଶି ଆଲମିରା ଓ ଲକର ଭାଙ୍ଗି ସୁନା, ରୂପା ଅଳଙ୍କାର ସହ ବହୁ ପରିମାଣର ନଗଦ ଟଙ୍କା ନେଇ ଫେରାର ହୋଇଯାଇଛନ୍ତି । ଲୁଟ୍ ହୋଇଥିବା ସାମଗ୍ରୀର ମୂଲ୍ୟ ପ୍ରାୟ ଏକ କୋଟି ଟଙ୍କା ହେବ ବୋଲି ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି ।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି

    ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟର ବିଭିନ୍ନ କୋର୍ଟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ସହାୟତା ପରିମାଣ ବୃଦ୍ଧି। ଅବସର ନେଇଥିବା କିମ୍ବା ଦେହାନ୍ତ ହେବା କ୍ଷେତ୍ରରେ ରାଜ୍ୟ କଲ୍ୟାଣ ପାଣ୍ଠିରୁ ପରିବାରକୁ ସହାୟତା ରାଶି ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ…

    Continue reading
    ତାମିଲନାଡୁ ଗ୍ୟାସ୍ ଲିକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣା: CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

    ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାରେ ସେ ଅତ୍ୟନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ