
କଟକ: କଟକରେ ଜଣେ ଘରୋଇ କଲେଜ ଛାତ୍ରଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ସିଡିଏ ଅଞ୍ଚଳରେ ଥିବା ଏକ ଘରୋଇ କଲେଜରୁ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଥିବା ଜଣାପଡ଼ିଛି। ଗତକାଲି ରାତିରେ ଏହି ଦୁଃଖଦ ଘଟଣା ଘଟିଥିବା ସୂଚନା ମିଳିଛି।
ମୃତ ଛାତ୍ର ହେଲେ ଚିନ୍ମaୟ କୁମାର ସାହୁ (୧୭)। ସେ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ବିଜ୍ଞାନ ବିଭାଗର ଛାତ୍ର ଥିଲେ। ତାଙ୍କ ଘର ଢେଙ୍କାନାଳ ଜିଲ୍ଲାର ଶଙ୍କରପୁର ଅଞ୍ଚଳରେ ହୋଇଥିବା ବେଳେ, ସେ କଟକର ଆଠଗଡ଼ ଗଦାସାହି ଅଞ୍ଚଳରେ ରହୁଥିବା ଜଣାପଡ଼ିଛି। ଘଟଣାକୁ ନେଇ ମୃତ ଛାତ୍ରଙ୍କ ପରିବାର ପକ୍ଷରୁ ଫେଜ୍-୨ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଚିନ୍ମୟଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।
ପରିବାରର ଅଭିଯୋଗ ଆଧାରରେ ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ବେଳେ, ଛାତ୍ରଙ୍କ ମୃତ୍ୟୁ ପଛର ପ୍ରକୃତ କାରଣ କ’ଣ, ତାହା ତଦନ୍ତ ପରେ ସ୍ପଷ୍ଟ ହେବ। ଘଟଣାକୁ ନେଇ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।







