ଘାଟୀରେ ଖସିଲା ବସ୍, ୨ ମୃତ

ପଟ୍ଟାଙ୍ଗୀ : ଘାଟୀରେ ୫୦ ଫୁଟ ତଳକୁ ଖସିଲା ଓଏସଆରଟିସି ବସ୍। ୨ ମୃତ ୨୦ରୁ ଉର୍ଦ୍ଧ୍ଵ ଗୁରୁତର। ଶୁକ୍ରବାର ରାତି ୩ଟା ବେଳେ କୋରାପୁଟ ସୁଙ୍କି ଘାଟୀରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

​​​​​​ସୂଚନାନୁଯାୟୀ, ଭବାନୀପାଟଣାରୁ ଏକ ଓଏସଆରଟିସି ବସ୍ ବିଶାଖାପାଟଣା ଅଭିମୁଖେ ଯାଉଥିଲା। ରାତି ପ୍ରାୟ ୩ଟା ବେଳେ କୋରାପୁଟ ସୁଙ୍କି ଘାଟୀର ଦ୍ଵିତୀୟ ବୁଲାଣିରେ ଏକ ଟ୍ରକକୁ ଧକ୍କା ଦେଇ ୫୦ ଫୁଟ ତଳକୁ ଖସି ପଡ଼ିଥିଲା। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଉର୍ଦ୍ଧ୍ଵ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ପଟ୍ଟାଙ୍ଗୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ୨ ଜଣଙ୍କୁ କୋରାପୁଟ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ