ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର,11/10: ରାଜ୍ୟରେ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବିଜୁଳି ଘଡ଼ଘଡ଼ି ହେବ। ଆଜି ବର୍ଷା ପବନ ଓ ବିଜୁଳି ଘଡ଼ଘଡ଼ି ପାଇଁ କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଅନ୍ୟପଟେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବର୍ତ୍ତମାନ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ସୂଚନା ମିଳିଛି । ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ତାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।

  • Related Posts

    ରାଜ୍ୟ ଯୋଜନା ବୋର୍ଡ ହେଲା ‘ସିଟି-ଓଡ଼ିଶା’

    ଭୁବନେଶ୍ୱର: ଦୀର୍ଘ ଦଶନ୍ଧି ଧରି ରାଜ୍ୟର ‘ନିତି ଓ ବିକାଶ’ର ଥିଙ୍କଟ୍ୟାଙ୍କ ପାଲଟିଥିବା ‘ଯୋଜନା ବୋର୍ଡ’ ଏବେ ଇତିହାସ। କେନ୍ଦ୍ର ସରକାରଙ୍କ ନିତି ଆୟୋଗ ଢ଼ାଂଚାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ‘ଷ୍ଟେଟ୍ ଇନଷ୍ଟିଚ୍ୟୁଟ ଫର ଟ୍ରାନ୍ସଫର୍ମେଟିଭ ଇନିସିଏଟିଭି ବା…

    Continue reading
    ପୁଣି ଏକ ହାତୀ ମୃତ

    କନ୍ଧମାଳ:ବେଲଘର୍ ରେଞ୍ଜରେ ପୁଣି ଏକ ହାତୀର ମୃତ । କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବେଲଘର ରେଞ୍ଜର ଝିରିପାଣି ନିକଟସ୍ତ ଶିମିଳିପଦର ଜଙ୍ଗଲରେ ହାତୀ ମୃତ ଶରୀର ମିଳିଛି। କିଛି ଦିନ ହେବ ବଲାଙ୍ଗୀର ଜଙ୍ଗଲରୁ ହାତୀଟି ଆସଥିଲା। କଲାହାଣ୍ଡି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ