ଘୂର୍ଣ୍ଣିବଳୟ ପ୍ରଭାବରେ ୧ ଯାଏ ଝଡ଼ବର୍ଷା

ଭୁବନେଶ୍ୱର: ବର୍ତ୍ତମାନ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ପର୍ୟ୍ୟନ୍ତ ବ୍ୟାପିିଛି। ଏହାର ପ୍ରଭାବରେ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା, ପବନ ଓ କୁଆପଥର ମାଡ଼ ହୋଇଥିଲା। ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର ଆଦି ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଥିଲା। ତେବେ ଭୁବନେଶ୍ୱରରେ ଅପରାହ୍ନରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଏଥିସହ କୁଆପଥର ମାଡ଼ ରାଜଧାନୀର ଜୀବନଯାତ୍ରାକୁ ପ୍ରଭାବିତ କରିଥିଲା। ଆସନ୍ତା ୬ଦିନ ଅର୍ଥାତ୍‌ ଏପ୍ରିଲ ୧ ବୁଧବାର ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଏପରି ଝଡ଼ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ସୁନ୍ଦରଗଡ଼ ଜିଲାକୁ ବର୍ଷା, ପବନ ଓ ଘଡ଼ଘଡ଼ି ବିଜୁଳି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ କଟକ, ସମ୍ବଲପୁର, କୋରାପୁଟ, ମାଲକାନଗିରି ଆଦି ଜିଲାରେ ବର୍ଷା ହେବା ନେଇ ସୂଚନା ଦିଆଯାଇଛି। ସେହିପରି ଶନିବାର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।
ରାଜ୍ୟରେ ଝଡ଼ବର୍ଷା ଲାଗି ରହିଥିଲେ ମଧ୍ୟ ତାପମାତ୍ରା ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ୩୮.୮ ଡିଗ୍ରୀ ସହିତ ଝାରସୁଗୁଡା ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା। ଏହା ପଛକୁ ହୀରାକୁଦରେ ୩୮.୬ ଡିଗ୍ରୀ, ସମ୍ବଲପୁର ୩୮.୪ ଡିଗ୍ରୀ, ଭବନୀପାଟଣା ୩୮.୨ ଡିଗ୍ରୀ, ପାରଳାଖେମୁଣ୍ଡି ୩୭.୬ ଡିଗ୍ରୀ, ନବରଙ୍ଗପୁର ୩୭.୫ ଡିଗ୍ରୀ, ସୁନ୍ଦରଗଡ଼ ୩୭.୪ ଡିଗ୍ରୀ, ବଲାଙ୍ଗୀର ୩୭.୨ ଡିଗ୍ରୀ, ସୋନପୁର ୩୭.୨ ଡିଗ୍ରୀ, ଭୁବନେଶ୍ୱର ଓ ନୂଆପଡ଼ା ୩୭ ଡିଗ୍ରୀ, ବରଗଡ଼ ୩୬.୮ ଡିଗ୍ରୀ, ତାଳଚେର ୩୬.୫ ଡିଗ୍ରୀ ଏବଂ ଖୋର୍ଦ୍ଧାରେ ୩୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଆସନ୍ତା ୨ରୁ ୩ ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ