ଘୋଡ଼ାକୁ ଘାସ ଦାୟିତ୍ୱ ଦିଆଗଲେ ଘାସ ସୁରକ୍ଷିିତ ରହିବ କି :ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଶନିବାର ପୁଣି ପୂର୍ବ ବିଜେଡି ସରକାରକୁ ଟାର୍ଗେଟ କରିଛନ୍ତି । ବଲାଙ୍ଗୀରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ବିଜେଡି ସରକାରକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି । ଲୋୟର ସୁକତେଲ ପ୍ରକଳ୍ପ କାର୍ଯ୍ୟକାରୀ ନେଇ ମୁଖ୍ୟମନ୍ତ୍ରୀ ବିଜେଡିକୁ ସରକାରକୁ ସମାଲୋଚନା କରିଛନ୍ତି ।
ସେ କହିଛନ୍ତି ଯେ ୧୯୯୮ରେ ଭିତ୍ତି ପଡ଼ିଥିବା ପ୍ରକଳ୍ପ ୨୦୨୪ ପର୍ଯ୍ୟନ୍ତ ବି ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଲାନି । ଏହାକୁ ତରବରିଆଭାବେ ଉଦଘାଟନ କରାଯାଇଥିବାବେଳେ ଏଥିରୁ ଚାଷୀ କେତେ ପାଣି ପାଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରିଛନ୍ତି । ଏପରିକି ଘୋଡ଼ାକୁ ଘାସ ଦାୟିତ୍ୱ ଦିଆଗଲେ ଘାସ ସୁରକ୍ଷିିତ ରହିବ କି ବୋଲି ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରିଛନ୍ତି । ସେହିପରି ଲୋୟର ସୁକତେଲ ପ୍ରକଳ୍ପ ନିର୍ମାଣ ପାଇଁ ଆସିଥିବା ଟଙ୍କା କୁଆଡେ଼ ଗଲା ବୋଲି ସେ ପ୍ରଶ୍ନ କରିଛନ୍ତି ।  ପ୍ରକଳ୍ପ ଟଙ୍କାରେ କୋଠା, ଫାର୍ମ, ଫାର୍ମ ହାଉସ ଓ ଗହଣ କିଣାଗଲା ବୋଲି ସେ କହିଛନ୍ତି । ତେବେ ସେ ଭୁଲ ଆମ ସରକାର କରିବ ନାହିଁ । ଆମେ ଯାହା କହୁଛୁ ତାହା କରିବୁ ।  ଦୀର୍ଘ ୨୪ ବର୍ଷ ହେଲା ବଲାଙ୍ଗୀରକୁ ଅବହେଳା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପର ଲାନ୍ଥ ଜଳସେଚନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଶିଳାନ୍ୟାସ ଅବସରରେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ନେଇ ବିସ୍ତୃତ ସୂଚନା ଦେଇଛନ୍ତି । ଏହା ଦ୍ୱାରା ବେଲପଡା ବ୍ଲକର ୬ହଜାର ହେକ୍ଟର ଜମି ଜଳସେଚିତ ହେବ । ୨୪୯୫ ମିଟର ଡ୍ୟାମ ପାଇଁ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଡ୍ୟାମରୁ ୨୧୦ କିଲୋୱାଟ ବିଦୁ୍ୟତ ଉପôାଦନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

  • Related Posts

    ବିଜେଡି ଭାଡ଼ି ଖାଲି ହେଉଛି :ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ତେବେ ନାମାଙ୍କନ ଭରିବା ପରେ ଶ୍ରୀ ସାମନ୍ତରାୟ ପୁଣି ବିଜେଡି ଉପରେ…

    Continue reading
    ନାମାଙ୍କନ କଲେ ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଶ୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ